Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଅପମିଶ୍ରିତ ପାଣି ପିଇ ୧୮ ଛାତ୍ର ଅସୁସ୍ଥ, ମେଡିକାଲରେ ଭର୍ତ୍ତି

9/12/2021 at 9:23 AM

ବରଗଡ଼ ୦୯।୧୨: ଅପମିଶ୍ରିତ ପାଣି ପିଇ ୧୮ ଜଣ ଛାତ୍ର ଅସୁସ୍ଥ । ବରଗଡ଼ କମଙ୍ଗା କଲେଜ ହଷ୍ଟେଲର ଘଟଣା । ୧୮ ଜଣଙ୍କ ମଧ୍ୟରୁ ୧୭ ଜଣଙ୍କୁ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଅନ୍ୟ ଜଣେ ଛାତ୍ରକୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । 

ଖବର ଅନୁଯାୟୀ, ବୁଧବାର ରାତ୍ରି ସମୟରେ ଏହି ଘଟଣା ଘଟିଛି । ବୋତଲପାଣିରେ କେହି କିଛି ମିଶାଇ ଦେଇଥିବା ସନ୍ଦେହ କରାଯାଉଛି । ଯାହାଫଳରେ କି ଛାତ୍ରମାନେ ସେହି ବୋତଲରୁ ପାଣି ପିଇବା ପରେ ହଠାତ୍‌ ସମସ୍ତଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା । ତୁରନ୍ତ ସେମାନଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ସ୍ଥିତ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଏବେ ସମସ୍ତ ଅସୁସ୍ଥ ଛାତ୍ରଙ୍କ ଅବସ୍ଥା ସୁସ୍ଥ ଥିବା ସୂଚନା ମିଳିଛି ।

   Related Posts