Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଣ୍ଡିଖୋଲ : ଅଜଣା ଗାଡି ଧକ୍କାରେ ହୋମ୍‌ଗାର୍ଡଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ଏକତରଫା ପ୍ରେମରୁ ଗଲା ଜୀବନ, ଯୁବତୀଙ୍କ ଗଳା କାଟିଦେଲା ପ୍ରେମିକ, ଆକ୍ରମଣରେ ଯୁବତୀଙ୍କ ମା’ ମୃତ
  • ||
  • ଢେଙ୍କାନାଳ : ୩ଦିନ ହେଲା ଜଳୁଛି ଜଙ୍ଗଲ, ଲକ୍ଷ ଲକ୍ଷ ଗଛ ପୋଡି ପାଉଁଶ, ଭୟରେ ଜଙ୍ଗଲ ଛାଡି ପଳାଉଛନ୍ତି ବନ୍ୟଜନ୍ତୁ
  • ||
  • ଢେଙ୍କାନାଳ : କପିଳାଶ, ସପ୍ତଶଯ୍ୟା ଓ ମହିମା ଗାଦି ସମେତ ୬ଟି ପର୍ଯ୍ୟଟନସ୍ଥଳୀର ହେବ ସଂଯୋଗୀକରଣ
  • ||
  • ସ୍ୱିଜରଲାଣ୍ଡରେ ସର୍ବସାଧାରଣ ସ୍ଥାନରେ ବୁର୍ଖା ପିନ୍ଧିବା ମନା ! ମତଦାନ ଦ୍ୱାରା ନିଆଗଲା ନିଷ୍ପତ୍ତି
  • ||
  • ରାଫେଲ୍ ତିଆରି କରିଥିବା କମ୍ପାନୀର ମାଲିକ ମୃତ, ହେଲିକପ୍ଟର ଦୁର୍ଘଟଣାରେ ହାରିଲେ ଜୀବନ
  • ||
  • ଆଜିଠୁ ବଢିବ ତାତି, ଆଭ୍ୟନ୍ତରୀଣ ଓଡିଶାରେ ଅନୁଭୂତ ହେବ ଅସହ୍ୟ ଗରମ
  • ||
  • ଟିକା ନେବା ପରେ କୋଭିଡ୍ ପଜିଟିଭ୍ ହେଲେ ଭିଜିଲାନ୍ସ ଏସପି
  • ||

ପୋଲ ଉପରେ ସାଇକେଲ୍ ରଖି ଲୁଣା ନଦୀକୁ ଡେଇଁଲେ ଛାତ୍ରୀ, ଏବେ ସୁଦ୍ଧା ପତ୍ତା ପାଇନି ଅଗ୍ନିଶମ ବାହିନୀ

23/12/2019 at 5:33 PM

ନିଶ୍ଚିନ୍ତକୋଇଲି ୨୩।୧୨: ନଦୀ ପୋଲରୁ ଡେଇଁଲେ ଛାତ୍ରୀ । କଲେଜରୁ ଫେରୁଥିବା ସମୟରେ ପୋଲ ଉପରୁ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି ।

ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ନେମାଳ ଥାନା ବରପଡା ନଦୀ ପୋଲ ଉପରେ ସାଇକେଲ ରଖି ଛାତ୍ରୀ ଜଣଙ୍କ ଲୁଣା ନଦୀକୁ ଡେଇଁ ପଡ଼ିଛନ୍ତି । ଛାତ୍ରୀ ଜଣଙ୍କ ହେଲେ ନିଶ୍ଚିନ୍ତକୋଇଲି ବଲ୍ଲଭ ଦେବୀ ମହାବିଦ୍ୟାଳୟର ଯୁକ୍ତ ଦୁଇ ଦ୍ବିତୀୟ ବର୍ଷରେ ପଢୁଥିବା ରୋଲାନି ମହାନ୍ତି । ତାଙ୍କ ଘର ନେମାଳ ଥାନା ବନ୍ଦକାଟିଆ ଅଂଚଳରେ ବୋଲି ଜଣାପଡିଛି ।

ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଏପର୍ଯ୍ୟନ୍ତ ନିଖୋଜ ଛାତ୍ରୀଙ୍କ ପତ୍ତା ମିଳିନାହିଁ । ତେବେ ସେ କାହିଁକି ନଦୀକୁ ଡେଇଁଛନ୍ତି ତାହା ମଧ୍ୟ ସ୍ପଷ୍ଟ ଜଣାପଡିନାହିଁ ।

   Related Posts