Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଏନସିସି ଛାତ୍ରୀଙ୍କୁ ଚାପିଦେଲା ଟ୍ରକ୍, ଘଟଣାସ୍ଥଳରେ ଉତ୍ତେଜନା

25/01/2021 at 5:44 PM

ଚୌଦ୍ବାର ୨୫।୧: କଟକ ଜିଲ୍ଲା ଟାଙ୍ଗି ଥାନା ଅନ୍ତର୍ଗତ ଡ୍ରିମ୍ସ କଲେଜ ଛକ ନିକଟରେ କଲେଜ ଛାତ୍ରୀଙ୍କୁ ଧକ୍କା ଦେଲା ଟ୍ରକ୍ । ଛାତ୍ରୀ ଜଣଙ୍କ ଜଗତପୁର କଲେଜରୁ ଏନସିସି କ୍ଲାସ୍ ସାରି ନିଜ ଘରକୁ ଫେରୁଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ, ସ୍ଥାନୀୟ ଅଞ୍ଚଳରେ ଦେଖାଦେଇଛି ଉତ୍ତେଜନା । ଗ୍ରାମବାସୀମାନେ ରାସ୍ତା ଅବରୋଧ କରିବା ସହ ଭଙ୍ଗାରୁଜା କରିଥିବା ଦେଖାଦେଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପ୍ରୟାସ ଜାରି ରଖିଛି ।

ମୃତ ଛାତ୍ରୀ ଜଣଙ୍କ ହେଉଛନ୍ତି ଦେବସ୍ମିତା ସାହୁ । ତାଙ୍କ ଘର ଟିକରା ବୋଲି ଜଣାପଡିଛି । ଅନ୍ୟପକ୍ଷରେ ଏହି ରାସ୍ତା ଗ୍ରାମାଞ୍ଚଳର ୪୦ଟି ଗ୍ରାମର ମୁଖ୍ୟ ରାସ୍ତା ହୋଇଥିବାରୁ ଏହି ରାସ୍ତାରେ ବେଆଇନ ବାଲି ଓ ସିମେଣ୍ଟ ଗାଡି ଅବାଧ ଚଳାଚଳ ଯୋଗୁଁ ଏହି ଭଳି ଘଟଣା ଘଟିଛି । ଆଗାମୀ ଦିନରେ ଯଦି ଏଥିପ୍ରତି  ପ୍ରଶାସନ ଧ୍ୟାନ ନ ଦିଏ ତେବେ ରାଜରାସ୍ତା ଅବରୋଧ କରିବେ ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି ।

   Related Posts