Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||

ପଶ୍ଚିମ ଓଡିଶାରେ ବଢୁଛି କରୋନା ସଂକ୍ରମଣ, ଖାଲି ହେଉଛି ହଷ୍ଟେଲ

9/04/2021 at 10:01 AM

ସୁନ୍ଦରଗଡ ୯।୪: ପଶ୍ଚିମ ଓଡିଶାରେ କରୋନା ସ୍ଥିତି ସଙ୍ଗୀନ । ବଢିବାରେ ଲାଗିଛି ପଜିଟିଭଙ୍କ ସଂଖ୍ୟା । ରାଜ୍ୟ ସରକାରଙ୍କ ଫୋକସରେ ପଶ୍ଚିମ ଓଡିଶା । ସୁନ୍ଦରଗଡରେ ପ୍ରତ୍ୟେକ ଦିନ ପଜିଟିଭ ଚିହ୍ନଟ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ କରୋନା  ସ୍ଥିତିକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ନବମ ଓ ଏକାଦଶ ଶ୍ରେଣୀ ଛୁଟି କରିଛନ୍ତି ।

ସୁନ୍ଦରଗଡରେ ଥିବା ବିଭିନ୍ନ ଆବାସିକ ବିଦ୍ୟାଳୟ ସହ କଲେଜ ଛୁଟି କରି ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖାଲି କରାଯାଉଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ସହ ବନ୍ଦ ରହିବ ହଷ୍ଟେଲ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରି ବେସରକାରୀ ଆବାସିକ ଶିକ୍ଷାନୁଷ୍ଠାନମାନ ହଷ୍ଟେଲ ଖାଲି କରାଇ ଛାତ୍ରଛାତ୍ରୀମାନଙ୍କୁ ଘରକୁ ପଠାଇ ଦେଉଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୨୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

   Related Posts