Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ସୋଆ କୁଳପତିଙ୍କ ଦ୍ୱାରା ସମ୍ ହସ୍ପିଟାଲ୍‌ରେ ୧୪ ମାସ ଶିଶୁର ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର

28/01/2021 at 7:43 PM

ଭୁବନେଶ୍ୱର୨୮/୧: ଓଡ଼ିଶାରେ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏକ ୧୪ ମାସ ଶିଶୁର ଏକ ବିରଳ ମସ୍ତିଷ୍କ ଅସ୍ତ୍ରେପଚାର (ଆନ୍‌ଟେରିଅର୍‌ ଏନ୍‌ସେଫାଲୋସିଲସ୍‌) ସଫଳତାର ସହ ସଂପାଦନ କରାଯାଇଛି । ଜନ୍ମଗତ ତ୍ରୁଟି ଯୋଗୁଁ ଶିଶୁଟିର ମସ୍ତିଷ୍କର ଏକ ଅଂଶ ବାହାରକୁ ବାହାରି ଆସିଥିବା ବେଳେ ଏହା ଆଖି ଏବଂ ନାକକୁ ଆଚ୍ଛାଦିତ କରି ରଖିଥିଲା। ଖପୁରୀରେ ଏକ ଅଙ୍ଗର ହାଡ ନ ଥିବାରୁ ଏପରି ହୋଇଥିଲା । ସୋଆ କୁଳପତି ତଥା ବିଶିଷ୍ଟ ନ୍ୟୁରୋସର୍ଜନ ପ୍ରଫେସର ଅଶୋକ କୁମାର ମହାପାତ୍ର ଏହି ଅସ୍ତ୍ରୋପଚାର କରିଥିଲେ।

ଆନ୍‌ଟେରିଅର୍‌ ଏନ୍‌ସେଫାଲୋସିଲସ୍ ଏକ ସ୍ନାୟୁ ନଳୀ ଜନିତ ତ୍ରୁଟି ଯାହାକି ଗର୍ଭଧାରଣ କରିବାର କିଛି ଦିନ ମଧ୍ୟରେ ଘଟିଥାଏ ଏବଂ ଏହା ଦ୍ୱାରା ମସ୍ତିଷ୍କ କିମ୍ବା ମେରୁଦଣ୍ଡ ପ୍ରଭାବିତ ହୋଇଥାଏ ବୋଲି ପ୍ରଫେସର ମହାପାତ୍ର କହିଛନ୍ତି। ଭୁବନେଶ୍ୱର ପଟିଆ ଚଳର ୧୪ ମାସର ଶିଶୁ ସାଇ ସତ୍ୟଜିତ ବେହେରାର ଜନ୍ମରୁ ଏଭଳି ତ୍ରୁଟି ରହିଥିବା ବେଳେ ତା’ର ପିତାମାତା ଅନେକ ହସ୍ପିଟାଲ୍ ବୁଲିଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା।

ଶେଷରେ ସେମାନେ ଜାନୁଆରୀ ୮ ତାରିଖ ଦିନ ସମ୍‌ ହସ୍ପିଟାଲ୍‌କୁ ଆସି ପ୍ରଫେସର ମହାପାତ୍ରଙ୍କ ନିକଟରେ ଶିଶୁର ପରୀକ୍ଷା କରାଇଥିଲେ। ଜାନୁଆରୀ ୧୨ ତାରିଖ ଦିନ ସେ ହସ୍ପିଟାଲ୍‌ରେ ଦାଖଲ ହୋଇଥିବା ବେଳେ ୧୪ ତାରିଖ ଦିନ ପ୍ରଫେସର ମହାପାତ୍ର ତା’ର ଅପରେସନ୍ କରିଥିଲେ। ଗୁରୁବାର ଦିନ ଶିଶୁ ସାଇ ସତ୍ୟଜିତ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଥିବା ବେଳେ ସର୍ଜରୀ ପରେ ତା’ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ପ୍ରଫେସର ମହାପାତ୍ର କହିଛନ୍ତି। ନୂଆଦିଲ୍ଲୀ ଏମ୍‌ସର ନ୍ୟୁରୋ ସର୍ଜରୀ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ମହାପାତ୍ର କହିଛନ୍ତି ଯେ ୧୯୭୧ ମସିହା ଠାରୁ ଆଜି ପର୍ଯ୍ୟନ୍ତ ଏମ୍ସରେ ଏଭଳି ପ୍ରାୟ ୧୫୦ଟି ସର୍ଜରୀ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସେ ଓଡ଼ିଶାରେ ଏହି ବିରଳ ଅସ୍ତ୍ରୋପଚାର କରିଛନ୍ତି । ଏହି ବଂଶାନୁକ୍ରମିକ ତ୍ରୁଟିଜନିତ ବ୍ୟାଧି ପ୍ରତ୍ୟେକ ୩ ଲକ୍ଷ ଜନ୍ମିତ ଶିଶୁଙ୍କ ମଧ୍ୟରୁ ଜଣଙ୍କ ନିକଟରେ ଦେଖାଦେଉଥିବା ବେଳେ ଇଣ୍ଡୋନେସିଆ, ମାଲେସିଆ, ଥାଇଲ୍ୟାଣ୍ଡ ଏବଂ କାମ୍ବୋଡିଆ ଭଳି ଦକ୍ଷିଣ-ପୂର୍ବ ଏସିଆନ୍ ଦେଶ ଗୁଡ଼ିକରେ ଅଧିକ ମାତ୍ରାରେ ଦେଖାଯାଉଛି ।

ଯଦିଓ ଭାରତରେ ଏହା ଖୁବ୍ ବିରଳ ତେବେ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଗୁଡ଼ିକରେ କେତେକ ଶିଶୁଙ୍କ କ୍ଷେତ୍ରରେ ଏହି ତ୍ରୁଟି ଦେଖାଯାଉଥିବା ସେ କହିଛନ୍ତି । ପୂର୍ବରୁ ଏହି ସର୍ଜରୀ ବ୍ରେନ୍ ରିପେୟାର୍‌, ଅର୍ବିଟାଲ୍ ରି-କନ୍‌ଷ୍ଟ୍ରକ୍ସନ୍ ଏବଂ ରାଇନୋପ୍ଲାଷ୍ଟି ଭଳି ତିନୋଟି ସ୍ତର ଦେଇ କରାଯାଉଥିବା ବେଳେ ୧୨ ରୁ ୧୪ ଘଣ୍ଟା ସମୟ ଲାଗୁଥିଲା । ତେବେ ବର୍ତ୍ତମାନ ଶୈଲ୍ୟ ବିଜ୍ଞାନ କ୍ଷେତ୍ରରେ ଅନେକ ଉନ୍ନତି ଘଟିଥିବାରୁ ଏହା ୩ ରୁ ୪ ଘଣ୍ଟା ମଧ୍ୟରେ ହୋଇପାରୁଛି ବୋଲି ପ୍ରଫେସର ମହାପାତ୍ର କହିଛନ୍ତି । 

ସର୍ଜରୀ ପରେ ଶିଶୁଟି ସୁସ୍ଥ ଥିବା ବେଳେ ପ୍ରଫେସର ମହାପାତ୍ରଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସାଇ ସତ୍ୟଜିତର ପିତାମାତା । ପୁଅ ଭଲ ହେବ ବୋଲି ଆଶା ନଥିଲା । ତାକୁ ନୂଆ ଜୀବନ ପ୍ରଫେସର ମହାପାତ୍ର ଦେଇଛନ୍ତି ବୋଲି କହିଛନ୍ତି ସାଇର ବାପା ପ୍ରକାଶ ବେହେରା । କେନ୍ଦ୍ରାପଡା ପାଟକୁରା ଅଞ୍ଚଳ ପ୍ରକାଶ ବେହେରା ଭୁବନେଶ୍ୱର ପଟିଆ ଅଞ୍ଚଳର ରହୁଥିବା ବେଳେ ଖୁବ୍ କଷ୍ଟ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାଆନ୍ତି। ଏଥିସହିତ ଛୋଟ ପୁଅର ଏଭଳି ଅବସ୍ଥା ତାଙ୍କୁ ଅଧିକ ବ୍ୟଥିତ କରିଥିଲା । ତେଣୁ ପୁଅର ଚିକିତ୍ସା ପାଇଁ ସମାଜସେବା କ୍ଷେତ୍ରରେ ନିଜକୁ ନିବିଡ ଭାବେ ନିୟୋଜିତ କରିଥିବା ବିଶିଷ୍ଟ ଓଡ଼ିଆ ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସାହାଯ୍ୟ ଲୋଡିଥିଲେ ପ୍ରକାଶ । ସବ୍ୟସାଚୀ ମଧ୍ୟ ତାଙ୍କୁ ତୁରନ୍ତ ସହାୟତାର ହାତ ବଢ଼ାଇ ଶିଶୁର ଅପେରସନ୍ ଓ ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିଥିଲେ ବୋଲି ପିଲାର ବାପ-ମାଆ କହିଛନ୍ତି ।

   Related Posts