Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ନବୀନଙ୍କ ପରେ ଦ୍ବିତୀୟ ମନ୍ତ୍ରୀ ଭାବେ ପ୍ରଫୁଲ୍ଲଙ୍କ ପାଳି ପଡିଲା : ସାନ୍ତାଳୀରେ ଶପଥ ପାଠ କଲେ ସୁଦାମ, ରଣେନ୍ଦ୍ର ଇଂରାଜୀରେ

29/05/2019 at 11:37 AM

ଭୁବନେଶ୍ବର ୨୯|୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ । ନବୀନଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି । ନବୀନଙ୍କ ସହ ଅନ୍ୟ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।

ଚଳିତ ଥର ୧୧ଜଣ ମନ୍ତ୍ରୀ କ୍ୟାବିନେଟ୍ ପାହ୍ୟା ଓ ୯ଜଣ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ପ୍ରଥମେ ପ୍ରଫୁଲ୍ଲ ମଲ୍ଲିକ ଶପଥ ନେଇଛନ୍ତି । ପ୍ରଫୁଲ୍ଲଙ୍କ ପରେ ବିକ୍ରମ କେଶରୀ ଆରୁଖ, ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅରୁଣ କୁମାର ସାହୁ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ସୁଶାନ୍ତ ସିଂ ପଦ୍ମନାଭ ବେହେରା, ନବକିଶୋର ଦାଶ ଶପଥ ଗ୍ରହଣ କରିଛନ୍ତି ।

ସେହିଭଳି ରାଷ୍ଟ୍ରମନ୍ତ୍ରୀ ଭାବେ କ୍ରମାନ୍ବୟରେ ପଦ୍ମିନୀ ଦିଆନ, ଅଶୋକ ପଣ୍ଡା, ସମୀର ଦାସ, ଜ୍ୟୋତିପ୍ରକାଶ ନାୟକ, ଦିବ୍ୟଶଙ୍କର ମିଶ୍ର, ପ୍ରେମାନନ୍ଦ ନାୟକ, ରଘୁନନ୍ଦନ ଦାସ, ତୁଷାରକାନ୍ତି ବେହେରା, ଜଗନ୍ନାଥ ସାରକା ଶପଥ ଗ୍ରହଣ କରିଛନ୍ତି ।

ଶପଥ ଗ୍ରହଣ ଉତ୍ସବରେ ସୁଦାମ ମାରାଣ୍ଡି ସାନ୍ତାଳୀ ଭାଷାରେ ପଦ ଓ ଗୋପନୀୟତାର ଶପଥ ପାଠ କରିଥିଲେ । ସେହିଭଳି ରଣେନ୍ଦ୍ର ପ୍ରତାପ ସ୍ବାଇଁ ଇଂଗ୍ରାଜୀ ଭାଷାରେ ଶପଥ ପାଠ କରିଛନ୍ତି । ଆଠଗଡରୁ ଲଗାତର ୭ଥର ବିଧାୟକ ରହିଛନ୍ତି । ପ୍ରୋଟେମ୍ ସ୍ପିକର ମଧ୍ୟ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ।

   Related Posts