ହୋଲିରେ ଶୁଖିଲା ରହିବ ଓଡ଼ିଶାର ପାଗ, ୧୧ରୁ ୧୪ ଯାଏ କେତେକ ସ୍ଥାନରେ ବର୍ଷା ସମ୍ଭାବନା

Published By : Prameya-News7 Bureau | March 09, 2020 IST

ଭୁବନେଶ୍ବର ୦୯।୦୩: ହୋଲିରେ ଓଡ଼ିଶାରେ ପାଗ ଶୁଖିଲା ରହିବ । ଆସନ୍ତା ୧୧ରୁ ୧୪ ଯାଏ କେତେକ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ ଦିନର ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି ।ହୋଲିରେ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କାଁ ଭାଁ ଗୋଟେ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ତେବେ ଅପରାହ୍ ଣଠାରୁ ୧୪ ତାରିଖ ଯାଏ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ୧୦ ତାରିଖ ଅପରାହ୍ ଣଠାରୁ କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ନୂଆପଡ଼ା, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୧୧ରୁ ୧୩ ତାରିଖ ମଧ୍ୟରେ ଉତ୍ତର କେନ୍ଦ୍ରୀୟ ଓଡ଼ିଶା ସମେତ ସୋନପୁର, ବଲାଙ୍ଗୀର, କନ୍ଧମାଳ, ବାଲେଶ୍ୱର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଭଦ୍ରକ, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨ରୁ ୩ ଦିନ ଯାଏ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତନ ହେବନି। ୯ ତାରିଖରେ ଉତ୍ତର କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.