Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବାଣ ଫୁଟାଇବା ବେଳେ ଗୁରୁତର ଭାବେ ପୋଡି ହୋଇଯାଇଥିବା ବାଳକର ଜୀବନ ବଞ୍ଚାଇଲେ ସମ୍ ଡାକ୍ତର

10/11/2021 at 5:07 PM

ଭୁବନେଶ୍ବର ୧୦।୧୧: ବାଣ ଫୁଟାଇବା ବେଳେ ନିଆଁରେ ପୋଡି ଗୁରୁତର ହୋଇଥିବା ୭ବର୍ଷର ବାଳକର ଜୀବନ ବଂଚାଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତର । ପ୍ରାୟ ମାସେ ତଳେ ବାଣ ସହ ଖେଳୁଥିବା ବେଳେ ବାଳକଟି ଏଭଳି ଦୁର୍ଘଟଣାର ଶିକାର ହୋଇଥିଲା । ଯେତେବେଳେ ବାଳକଟିକୁ ମଧ୍ୟରାତ୍ରରେ ସମ୍ ହସ୍ପିଟାଲ୍‌ର ଜରୁରୀକାଳୀନ ସେବା ବିଭାଗକୁ ଅଣାଯାଇଥିଲା ସେତେବେଳେ ତା’ ଶରୀରର ଏକ ତୃତୀୟାଂଶ ପୋଡି ହୋଇଯାଇଥିବା ସହ ଆଖି, ନାକ, ମୁହଁ, ଗାଲ ଏବଂ ବେକରେ ଗୁରୁତର କ୍ଷତ ହୋଇଥିଲା । ଏଥି ସହିତ ତା’ର ଛାତି, ପେଟ, ହାତ ଏବଂ ଗୋଡ ପୋଡି ହୋଇଯାଇଥିବା ବେଳେ ତା’ ପେଟ ମଧ୍ୟରୁ ଅନ୍ତନଳୀ ବାହାରକୁ ବାହାରି ଆସିଥିଲା ।

ଡାକ୍ତରମାନେ ପ୍ରଥମେ ଶିଶୁଟିର ଅତ୍ୟାଧୁନିକ ଚିକିତ୍ସା ପଦ୍ଧତିରେ ପ୍ରାଥମିକ ଚିକିତ୍ସା କରିବା ସହ ତା’ ଶରୀରରେ ଥିବା କ୍ଷତଗୁଡିକର ଉପଯୁକ୍ତ ପରୀକ୍ଷା ନିରୀକ୍ଷା କରିଥିଲେ । ବାଳକଟିର ଚିକିତ୍ସା ଓ ସର୍ଜରୀ ନିମନ୍ତେ ଶିଶୁରୋଗ, ସାଧାରଣ ଶଲ୍ୟ, ଶିଶୁ ଶଲ୍ୟ, ପ୍ଲାଷ୍ଟିକ ସର୍ଜରୀ, ଓପ୍‌ଥାଲମୋଲୋଜି ଏବଂ ରେଡିଓଲୋଜି ବିଭାଗର ଡାକ୍ତରମାନଙ୍କୁ ନେଇ ଏକ ଟିମ୍ ଗଠନ କରାଯାଇଥିଲା । ଯଦିଓ ଗୁରୁତର ଭାବେ ପୋଡି ହୋଇଯାଇଥିବା ଏହି ବାଳକଟିର ଅବସ୍ଥା ଖୁବ୍‌ ସଙ୍କଟାପନ୍ନ ଥିଲା ତା’ ପେଟର କ୍ଷତ ଗଭୀର ହୋଇଥିବାରୁ ତୁରନ୍ତ ସର୍ଜରୀ ପାଇଁ ନିଷ୍ପତ୍ତି ନିଆଯାଇଥିଲା ।

ସର୍ଜରୀ ପରେ ବାଳକଟିକୁ ଆଇସିୟୁରେ ରଖାଯିବା ସହ ଦୀର୍ଘ ଏକ ମାସ ଧରି ତା’ର ସ୍ବାସ୍ଥ୍ୟାବସ୍ଥା ନିରୀକ୍ଷଣ କରାଯାଇଥିଲା । ସୁସ୍ଥ ହେବା ପରେ ସେ ଚାଲିବା ଓ ବସିବାକୁ ସକ୍ଷମ ହୋଇପାରିଥିଲା । “ଆମେ ଖୁବ୍ ଖୁସୀ ଯେ ଆମ ଚେଷ୍ଟା ଫଳରେ ଶିଶୁ ଏବଂ ତା’ର ଅଭିଭାବକଙ୍କ ମୁହଁରେ ପୁଣି ଥରେ ହସ ଫେରିଆସିଛି” ବୋଲି ପେଡିଆଟ୍ରିକ୍ ସର୍ଜରୀ ବିଭାଗର ପ୍ରଫେସର (ଡଃ) ଅନ୍ତର୍ଯ୍ୟାମୀ ପ୍ରଧାନ କହିଛନ୍ତି ।

ବାଳକଟିର ଚିକିତ୍ସା ନିମନ୍ତେ ଗଠିତ ଟିମ୍‌ରେ ଜେନେରାଲ୍ ସର୍ଜରୀ ବିଭାଗର ଡାକ୍ତର ଜେ.ଏନ୍ ସେନାପତି ଓ ଡାକ୍ତର ସୋନାଲି ମହାନ୍ତି, ପେଡିଆଟ୍ରିକ୍‌ ସର୍ଜରୀ ବିଭାଗର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ଓ ଡାକ୍ତର ସୁଧାଂଶୁ ଏସ୍ ପାତ୍ର, ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଡାକ୍ତର ସୁଶାନ୍ତ ମିଶ୍ର ଓ ଡାକ୍ତର ରାଜେଶ ଗନ୍ତାୟତ, ରେଡିଓଲୋଜି ବିଭାଗର ଡାକ୍ତର ସତ୍ୟ ଏସ୍‌. ମହାପାତ୍ର ଏବଂ ଆନେସ୍‌ଥେସିଆ ବିଭାଗର ଡାକ୍ତର ରଞ୍ଜିତା ଆଚାର୍ଯ୍ୟ, ଡାକ୍ତର ରୋହନ୍‌ ନାୟକ, ଡାକ୍ତର ଅଶୋକ ଓ ଡାକ୍ତର ମିନଲ୍ ପ୍ରମୁଖ ସାମିଲ ଥିଲେ । ଏହି ଟିମ୍‌କୁ ଫାର୍ମାସିଷ୍ଟ ସସ୍ମିତା ଓ ପ୍ରଣତୀ ଏବଂ ନର୍ସିଂ ଷ୍ଟାଫ୍ ବିଶ୍ୱରଞ୍ଜନ, ପୁଷ୍ପଲତା, ସ୍ମୃତିରେଖା ଓ ତୋଫାନ୍ ପ୍ରମୁଖ ସାହାଯ୍ୟ କରିଥିଲେ ।

   Related Posts