Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଓଡିଶାରେ ପ୍ରଥମ, ସମ୍ ହସ୍ପିଟାଲରେ ହେବ କୋଭିଡ-୧୯ ଭ୍ୟାକସିନ୍‌ର ପରୀକ୍ଷଣ

2/07/2020 at 8:42 PM

ଭୁବନେଶ୍ୱର, ୦୨|୦୭:  ଭାରତରେ ପ୍ରଥମ କୋଭିଡ଼-୧୯ ଭ୍ୟାକସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଓଡ଼ିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍‌ ହସପିଟାଲ୍‌କୁ ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଦ୍ୱାରା ମନୋନୀତ କରାଯାଇଛି । ଏହି ବହୁ ପ୍ରତିକ୍ଷିତ ଭ୍ୟାକସିନ୍‌ର କ୍ଲିନିକାଲ୍‌ ଟ୍ରାଏଲ୍‌ ନିମନ୍ତେ ଓଡ଼ିଶାର ଏକମାତ୍ର ହସପିଟାଲ୍‌ ଭାବେ ଆଇଏମଏସ ଆଣ୍ଡ ସମ୍‌ ହସପିଟାଲ ମନୋନୀତ ହୋଇଥିବା ବିଷୟରେ ଆଇସିଏମଆର ଆଜି ଜଣାଇଛି ।

ସେହିପରି ଓଡ଼ିଶାରେ କୋଭିଡ୍‌୧୯ରୋଗୀଙ୍କ ଚିକିତ୍ସା ନିମନ୍ତେ ପ୍ଲାଜ୍‌ମା ଥେରାପିର ପ୍ରୟୋଗ ନିମନ୍ତେ ମନୋନୀତ ହୋଇଥିବା ଚାରୋଟି ହସପିଟାଲ୍‌ ମଧ୍ୟରୁ ସମ୍‌ ହସପିଟାଲ୍‌ ଅନ୍ୟତମ ଭାବେ ମନୋନୀତ ହୋଇଛି । କୋଭିଡ୍‌-୧୯ ମହାମାରୀ ଦ୍ୱାରା ଉଦ୍ଭବ ପରିସ୍ଥିତି ଏବଂ ଜନସ୍ୱାସ୍ଥ୍ୟ ନିମନ୍ତେ ଜରୁରୀ ହୋଇପଡ଼ିଥିବା ଭ୍ୟାକସିନ୍‌ର ମଣିଷ ଉପରେ ପ୍ରୟୋଗ ନେଇ ପରୀକ୍ଷଣ କରିବାକୁ ନିଷ୍ପତି ନିଆଯାଇଥିବା ବେଳେ ଆଇସିଏମଆର ପକ୍ଷରୁ ସମ୍‌ ହସପିଟାଲ୍‌କୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି ।

ହସପିଟାଲ୍‌ର କମ୍ୟୁନିଟି ମେଡିସିନ ବିଭାଗର ପ୍ରଫେସର ଇ. ଭେଙ୍କଟ ରାଓ ଏହାର ପ୍ରମୁଖ ପରୀକ୍ଷକ ଭାବେ ଦାୟିତ୍ୱ ତୁଲାଇବେ । ଆଇସିଏମଆର – ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ ଭିରୋଲଜି, ପୁଣେ ଦ୍ୱାରା ପୃଥକ କରାଯାଇଥିବା ଏହି ଭାଇରସର ଷ୍ଟ୍ରେନକୁ ନେଇ ଏହି ଚର୍ଚ୍ଚିତ ଭ୍ୟାକସିନ୍‌ ପ୍ରସ୍ତୁତ କରଯାଉଛି । ଆଇସିଏମଆର ଓ ଭାରତ ବାୟୋଟେକ ମିଳିତ ଭାବରେ ଏହି ଭ୍ୟାକସିନକୁ ପ୍ରସ୍ତୁତ କରୁଛନ୍ତି । ଡ୍ରଗ କଂଟ୍ରୋଲର ଜେନେରାଲ ଅଫ ଇଣ୍ଡିଆଙ୍କ ପକ୍ଷରୁ ଫେଜ-୧ ଏବଂ ଫେଜ-୨ରେ ମଣିଷ ଉପରେ ଏହାର ପ୍ରୟୋଗ ନିମନ୍ତେ ଅନୁମତି ମିଳିସାରିଛି । ୧୬୦୦ ଶଯ୍ୟା ବିଶିଷ୍ଟ ଏବଂ ୪୦ଟି ବିଭାଗ ଥିବା ସମ ହସପିଟାଲ ହେଉଛି ଓଡ଼ିଶାର ଏକମାତ୍ର ଡାକ୍ତରୀ ଅନୁଷ୍ଠାନ ଯାହା ଆଇସିଏମଆର ପକ୍ଷରୁ ଏହି ଭ୍ୟାକସିନ୍‌ ପରୀକ୍ଷଣ ନେଇ ମନୋନୀତ ହୋଇଥିବା ଦେଶର ୧୩ଟି ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି । ତେବେ ହସପିଟାଲ୍‌ର ଇନଷ୍ଟିଚ୍ୟୁସନାଲ ଏଥିକାଲ କମିଟିର ଅନୁମୋଦନ ଲାଭ କରିବା ପରେ ଏହି ପରୀକ୍ଷଣ କରାଯିବ । ସେହିପରି ପ୍ଲାଜମା ଥେରାପି ମାଧ୍ୟମରେ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ରକ୍ତରୁ ଆଂଟିବଡି ସଂଗ୍ରହ କରାଯାଇ କୋଭିଡ-୧୯ ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରାଯିବ । ହସପିଟାଲ୍‌ର ମେଡିସିନ ବିଭାଗର ପ୍ରଫେସର ଡ. ଚନ୍ଦନ ଦାସ ଏହି ପ୍ଲାଜମା ଥେରାପିର ଦାୟିତ୍ୱ ତୁଲାଇବେ ।

“”ଆମ ପାଖରେ ଆବଶ୍ୟକୀୟ ଯନ୍ତ୍ର ଏବଂ ପ୍ରଶିକ୍ଷିତ ମାନବ ସମ୍ବଳ ରହିଛି ଯାହାକି ତୁରନ୍ତ ପ୍ଲାଜମା ଥେରାପି ଆରମ୍ଭ କରିବା ପାଇଁ ସାହାଯ୍ୟ କରିବ । ସମ୍‌ ହସପିଟାଲ୍‌ରେ ମେଡିକାଲ କାଉନସିଲ ଅଫ ଇଣ୍ଡିଆ ଦ୍ୱାରା ସ୍ୱୀକୃତିପ୍ରାପ୍ତ ଟ୍ରାନ୍‌ସଫ୍ୟୁଜନ ମେଡିସିନର ପୋଷ୍ଟ ଗ୍ରାଜୁଏଟ ବିଭାଗ ମଧ୍ୟ ରହିଛି” ବୋଲି ସୂଚନା ଦେଇଛନ୍ତି ଟ୍ରାନସ୍‌ଫ୍ୟୁଜନ ମେଡିସିନ ବିଭାଗର ଆସୋସିଏଟ ପ୍ରଫେସର ଡ. ଗିରିଜା ନନ୍ଦିନୀ କାନୁନଗୋ । ଆଇଏମଏସ ଆଣ୍ଡ ସମ୍‌ ହସପିଟାଲ୍‌ ପକ୍ଷରୁ କରୋନା ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ଭୁବନେଶ୍ୱର, କେନ୍ଦ୍ରାପଡା ଏବଂ ତାଳଚେରରେ ତିନୋଟି କୋଭିଡ-୧୯ ହସପିଟାଲ ସ୍ଥାପିତ କରାଯାଇ ରୋଗୀଙ୍କ ଚିକିତ୍ସା ଜାରି ରହିଛି । ଆଇଇସିର ଅନୁମୋଦନ ପାଇବାପରେ ପ୍ଲାଜମା ଥେରାପି ପ୍ରକ୍ରିୟା ଆରମ୍ଭ କରାଯିବ । ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ଲାଜମା ଥେରାପି ଆରମ୍ଭ କରାଯିବା ନେଇ ଆଜି ନିଷ୍ପତି ହୋଇଛି । ଏହି ବୈଠକରେ ସୋଆ କୂଳପତି ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ର ଉପସ୍ଥିତ ଥିଲେ ।

   Related Posts