Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଶିଶୁର ଶ୍ୱାସନଳୀରୁ ବାହାରିଲା ହୁଇସିଲ: ସମ ଅଲଟିମେଟ୍ ମେଡିକେଆରରେ ବିରଳ ଅସ୍ତ୍ରୋପଚାର

30/03/2020 at 5:54 PM

ଭୁବନେଶ୍ୱର, ୩୦।୦୩: ଜଟିଳ ଜୀବନ ରକ୍ଷାକାରି ପ୍ରକ୍ରିୟାରେ ସମ ଅଲଟିମେଟ୍ ମେଡିକେଆର ହସ୍ପିଟାଲର ଡାକ୍ତର ସଫଳତାର ସହ ୪ ବର୍ଷ ଝିଅର ଶ୍ୱାସନଳୀରେ ଅଟକି ଥିବା ହୁଇସିଲ କାଢ଼ିବାରେ ସକ୍ଷମ ହୋଇପାରିଛନ୍ତି ।

ସୋନପୁର ଅଂଚଳର ମିନୁ ମିଶ୍ର ନାମକ ଶିଶୁ କନ୍ୟାଟି ହୁଇସିଲ ସହିତ ଖେଳୁଥିବା ବେଳେ ଭୁଲବଶତଃ ଏହାକୁ ଗିଳି ଦେଇଥିଲା । ଏହି ହୁଇସିଲଟି ଶିଶୁଟିର ଶ୍ୱାସନଳୀରେ ଅଟକି ଯିବା ଫଳରେ ନିଶ୍ୱାସ ନେବାରେ ସମସ୍ୟା ସୃଷ୍ଟି ହୋଇଥିଲା । ମାତ୍ର ହୁଇସିଲରେ ଥିବା ଛୋଟ କଣା ଦ୍ୱାରା ସେ ବହୁ କଷ୍ଟରେ ନିଶ୍ୱାସ ନେଇ ପାରୁଥିଲା । କିନ୍ତୁ ଯେଉଁ ସମୟରେ ସେ ନିଶ୍ୱାସ ନେଉଥିଲା ସେହି ସମୟରେ ତା ଶରୀରରୁ ହୁଇସିଲ ବାଜିବାର ଶବ୍ଦ ବାହାରୁଥିଲା ।

Carona ମହାମାରୀକୁ ନେଇ ସାରା ଦେଶ ଏବେ ଲକ ଡାଉନରେ ଥିବା ବେଳେ ଶିଶୁଟିର ପରିବାର ଖୁବ କଷ୍ଟ ସ୍ବୀକାର କରି ଭୁବନେଶ୍ୱର ଆସି ସମ ଅଲଟିମେଟ ମେଡିକେଆର ରେ ଶିଶୁକୁ ଭର୍ତି କରାଇଥିଲେ । ହସ୍ପିଟାଲର ଇଏନଟି ଆଣ୍ଡ ସ୍କଲ ବେସ ସର୍ଜରୀ ବିଭାଗର ମୁଖ୍ୟ ଡାକ୍ତର ରାଧାମାଧବ ସାହୁ ଏଣ୍ଡୋସ୍କୋପିକ ପଦ୍ଧତିରେ ଅପଟିକାଲ ଫୋରସେପ ସାହାଯ୍ୟରେ ହୁଇସିଲ ଟିକୁ କାଢ଼ିବାରେ ସକ୍ଷମ ହୋଇଥିଲେ ।

ଏହି ପ୍ରକ୍ରିୟା ଖୁବ ଜଟିଳ ଥିଲା କାରଣ ମାତ୍ର କିଛି ମିନିଟ ମଧ୍ୟରେହିଁ ହୁଇସିଲଟି କଢାଯିବାର ଥିଲା ବୋଲି କହିଛନ୍ତି ଡାକ୍ତର ସାହୁ । ଏହି ବିରଳ ଅସ୍ତ୍ରୋପଚାରରେ ହସ୍ପିଟାଲର ଅନାସଥେସିଆ ବିଭାଗର ମୁଖ୍ୟ ଡାକ୍ତର ଦୀପଙ୍କର ପଢ଼ିଆରୀଙ୍କ ସମେତ ଡାକ୍ତର ଭବାନୀ ପତି, ଡାକ୍ତର ରଂଜିତ ପତି ଏବଂ ଡାକ୍ତର ସୂରୁପା ଦେବୀପ୍ରଦା ଗୁରୁତ୍ୱପୂର୍ଣ୍ଣ ସହଯୋଗ କରିଥିଲେ ।

ଏହି ପ୍ରକ୍ରିୟା ଖୁବ ବିପଦପୂର୍ଣ୍ଣ  ଥିଲା କାରଣ ଏକ ନିର୍ଦିଷ୍ଟ ସମୟସୀମା ମଧ୍ୟରେ ଏହା ସମ୍ପାଦନ କରାଯାଇନଥିଲେ ଶିଶୁଟିର ମୃତ୍ୟୁ ହେବାର ଯଥେଷ୍ଟ ସମ୍ଭାବନା ଥିଲା ବୋଲି କହିଛନ୍ତି ଡାକ୍ତର ସାହୁ । ସମ ଅଲଟିମେଟ ମେଡ଼ିକେଆର ଠାରେ ଏଭଳି ଉନ୍ନତଧରଣର ସ୍ୱାସ୍ଥ୍ୟ ସେବା ଯୋଗାଇଦିଆଯାଉଛି ବୋଲି କହିଛନ୍ତି ଡାକ୍ତର ସାହୁ ।

   Related Posts