ରବିବାରରେ ସଫଳତା ପାଇବେ ଏହି ରାଶିର ବ୍ୟକ୍ତି - ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

Published By : Prameya-News7 Bureau | December 21, 2019 IST

ଜ୍ୟୋତିର୍ବିଦ - ତ୍ରିନନ୍ଦନ ମିଶ୍ର

ମେଷ – ଆଳସ୍ୟ ଅନୁଭବ କରିପାରନ୍ତି। ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି ଲାଭ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୬।

ବୃଷ – ଭ୍ରମଣାଦି ଶାନ୍ତିପୂର୍ଣ୍ଣ ହେବ। ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି। ସୁ-ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ସୁଖଭୋଗ ଲାଭ କରିବେ। ଶୁଭ ରଙ୍ଗ ଧୂସର। ଶୁଭ ଅଙ୍କ ୯।

ମିଥୁନ - ପ୍ରେମ ଘଟଣାରେ ସଫଳ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ସର୍ବାଙ୍ଗୀନ ଉନ୍ନତି ଆଶା କରାଯାଏ। ଭ୍ରାତୃଭାବ ଅତୁଟ ରହିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୩।

କର୍କଟ – କୌଣସି କାର୍ଯ୍ୟକୁ ନେଇ ନିଜେ ନିଜକୁ ସଙ୍କୁଚିତ ମନେ କରିବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ। ଧନାଗମ ହେବାର ସୂଚନା ମିଳୁଛି। ମିଷ୍ଟଭାଷୀ ହୋଇପାରନ୍ତି। ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୫।

ସିଂହ – ବାଣିଜ୍ୟ- ବ୍ୟବସାୟରେ ଆୟ ବୃଦ୍ଧି ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଉନ୍ନତି ମାର୍ଗରେ ଆଗକୁ ବଢିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୮।

କନ୍ୟା – ବିପଦର ସୂଚନା ପାଇପାରନ୍ତି। କାର୍ଯ୍ୟ କଷ୍ଟସାଧ୍ୟ ହୋଇପାରେ। ଅସୁବିଧାରୁ ଉଧୁରିବାକୁ ହେଲେ ଖର୍ଚ୍ଚାନ୍ତ ହେବାକୁ ପଡିବ। କଅଁଳ କଥାରେ ଅନ୍ୟକୁ ଭୁଲାଇ ପାରିବେ। ଆନନ୍ଦ ଉପଭୋଗ କରିପାରନ୍ତି। ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୬।

ତୁଳା – ଚିନ୍ତାରୁ ମୁକ୍ତି ପାଇବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଚିନ୍ତାଧାରା ଉନ୍ନତମାନର ହେବ। ପ୍ରୀତିଭୋଜନ ମିଳିପାରେ। ନାନାବିଧି ସମ୍ମାନର ଅଧିକାରୀ ହେବେ। ଗୁଣଜ୍ଞ ହେବେ। ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୧।

ବିଛା – ଧନ ସଞ୍ଚୟ ପାଇଁ ମନ ବଳାଇ ପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଭୋଗ-ବିଳାସ କରିପାରନ୍ତି। ସମ୍ମାନ ବୃଦ୍ଧି ହେବ। ଉପୁଜି ଥିବା ସମସ୍ୟାର ସମାଧାନ ହେବ। ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୪।

ଧନୁ – ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମନରେ ଭକ୍ତିଭାବ ଜାଗ୍ରତ ହେବ। ଠାକୁରଙ୍କ ଦର୍ଶନ ଲାଭ କରିବାର ସୌଭାଗ୍ୟ ଉଦୟ ହୋଇଛି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ। ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୭।

ମକର – ପାରିବାରିକ କ୍ଷେତ୍ରରେ ଉନ୍ନତି ଘଟିବ। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଆପଣଙ୍କ ପାଇଁ ପୀଡାଦାୟକ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ-ବ୍ୟବସାୟ ଲାଭଜନକ ହୋଇପାରେ। ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୩।

କୁମ୍ଭ - ଯାନବାହନ କିଣିବାର ସୁଯୋଗ ସୃଷ୍ଟି ହୋଇଛି। ସମ୍ମାନିତ ହେବେ। ଦାୟିତ୍ୱ ନିର୍ବାହ କରି ପ୍ରଶଂସାର ପାତ୍ର ହେବେ। ପାରିବାରିକ ସୁଖ ମିଳିବ। ଯଶ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ। ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୧।

ମୀନ - କୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ବଳବାନ୍ ହେବେ। ଶତ୍ରୁ ଦମନ କରିବାରେ ସକ୍ଷମ ହୋଇପାରନ୍ତି। ଜନ କଲ୍ୟାଣ ଲାଭ କରିବେ। ଶୁଭ ରଙ୍ଗ କଫି। ଶୁଭ ଅଙ୍କ ୬।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.