ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 29, 2020 IST

ମେଷ – ମଙ୍ଗଳଙ୍କ ପ୍ରଭାବରୁ ଆରୋଗ୍ୟ ଲାଭ ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, କିନ୍ତୁ ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକୃତ ହେବେ । ପରିବାର ମଧ୍ୟରେ ସମସ୍ୟାର ଗୁରୁତ୍ୱ ଉପଲବ୍ଧି କରି ବିହିତ ପଦକ୍ଷେପ ନେବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ପରିବାରରେ ସମସ୍ୟା ଲାଗି ରହିବା କରନରୁ ବ୍ୟବସାୟକୁ ସଙ୍କୁଚିତ କରି ନେଇପାରନ୍ତି । ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇ ପରିସ୍ଥିତିକୁ ଲାଘବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଦୀର୍ଘଦିନ ପରିଶ୍ରମର ସାର୍ଥକତା ସ୍ୱରୂପ ସଫଳତାରେ ଆନନ୍ଦ ଅନୁଭବ କରିବେ । ଆଜିର ଅଡରାହ୍ନରେ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ନିଜ ପରିସରରେ ରହୁଥିବା ବ୍ୟକ୍ତିମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । ବହୁତ ଦିନରୁ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
କନ୍ୟା – ଆପଣଙ୍କ ସରଳତାର ସୁଯୋଗ ନେଇ କୋଣସି ବ୍ୟକ୍ତି କ୍ଷତି ସାଧନ କରିପାରେ । ଅନ୍ୟକୁ ଦେଇ ଥିବା ଟଙ୍କା ଫେରିପାଇବା ପାଇଁ ବିବାଦ ଭିତରକୁ ଟାଣି ହେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇ ଖୁସି ହେବେ । ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ । ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ବିଶେଷ ଭଲ ରହି ନ ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା – ଅତୀତ ଦିନର କେତେକ କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ୱାର୍ଥବାଦୀ ହୋଇ ପଡିବା କାରଣକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଧନୁ – ନୂତନଭାବେ ଆରମ୍ଭ କରିôତବା କାମରେ ପ୍ରତିବନ୍ଧକ ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ସ୍ୱାର୍ଥସାଧନାରେ ନିରାଶ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ମକର – ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମନା ହେତୁ ସମସ୍ୟା ବଢିପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ବିଶୃଙ୍ଖଳିତ ସ୍ୱଭାବ ଯୋଗୁ ବିଚଳିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - ବନ୍ଧୂବାନ୍ଧବଙ୍କ ସମ୍ପର୍କରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଅଫିସରେ ଆଲୋଚନା କାଳରେ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

ମୀନ - ପାଖ ପଡୋଶୀଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବାର ସୂଚନା ରହିଛି । ପରିବହନରେ ଝଗଡାର ସମ୍ଭାବନା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
୰ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.