Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଅଭିନେତା-ସାଂସଦ ସନି ଦେଓଲଙ୍କୁ କରୋନା : ମନାଲି ଫାର୍ମହାଉସ୍‌ରେ ରହିବେ ଆଇସୋଲେସନରେ

2/12/2020 at 7:45 AM

କୁଲ୍ଲୁ ୨/୧୧: ଫିଲ୍ମ ଅଭିନେତା ଏବଂ ଭାରତୀୟ ଜନତା ପାର୍ଟି (ବିଜେପି)ର ଗୁରଦାସପୁର ସାଂସଦ ସନି ଦେଓଲ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ହିମାଚଳ ପ୍ରଦେଶର ସ୍ବାସ୍ଥ୍ୟ ସଚିବ ମଙ୍ଗଳବାର ସନି ଦେଓଲ୍ କରୋନାରେ ସଂକ୍ରମିତ ହେବା କଥା ଜଣାଇଛନ୍ତି।

ହିମାଚଳ ପ୍ରଦେଶର ସ୍ବାସ୍ଥ୍ୟ ସଚିବ ଅମିତାଭ ଅଓ୍ବସ୍ଥି କହିଛନ୍ତି ଯେ ଅଭିନେତାରୁ ନେତା ହୋଇଥିବା ସନି ଦେଓଲ୍ ଗତ କିଛି ଦିନ ହେବ କୁଲ୍ଲୁରେ ରହୁଥିଲେ।

ସ୍ବାସ୍ଥ୍ୟ ସଚିବ ଅମିତାଭ ସମାଚାର ଏଜେନ୍ସି ପିଟିଆଇକୁ କହିଛନ୍ତି ଯେ କୁଲ୍ଲୁର ମୁଖ୍ୟ ଚିକିତ୍ସା ଅଧିକାରୀ ଦ୍ବାରା ଦିଆଯାଇଥିବା ସୂଚନା ଅନୁସାରେ,ସନି ଦେଓଲ୍ ଏବଂ ତାଙ୍କ ବନ୍ଧୁ ମୁମ୍ବାଇ ବାହାରିବାକୁ ଯୋଜନା କରିଥିଲେ। କିନ୍ତୁ ମଙ୍ଗଳବାର ସେ କରୋନାରେ ସଂକ୍ରମିତ ହୋଇଯାଇଥିଲେ।

୬୪ବର୍ଷୀୟ ବଲିଉଡ ଅଭିନେତା ସନି ଦେଓଲ୍ କିଛି ଦିନ ତଳେ ମୁମ୍ବାଇରେ କାନ୍ଧର ସର୍ଜରୀ କରିଥିଲେ ଏବଂ ସେ କୁଲ୍ଲୁ ଜିଲ୍ଲାର ମନାଲି ପାଖରେ ଏକ ଫାର୍ମହାଉସରେ ଥିଲେ।

 

 

   Related Posts