Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଭୟଙ୍କର ହେଉଛି ସୁପର୍ ସାଇକ୍ଲୋନ୍ ଅମ୍ପାନ୍ : ଆସନ୍ତା ୬ ଘଣ୍ଟା ଗୁରୁତ୍ୱପୂର୍ଣ

20/05/2020 at 10:30 AM

ନୂଆଦିଲ୍ଲୀ ୨୦/୦୫ : ସୁପର ସାଇକ୍ଲୋନ ଅମ୍ପାନ ଆଜି ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗରେ ପହଞ୍ଚିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି | ଓଡିଶାରେ ବର୍ତ୍ତମାନ ପ୍ରବଳ ବର୍ଷା ସାଙ୍ଗକୁ ପବନ ଜାରି ରହିଛି | ପାରାଦୀପରେ ଆଜି ସକାଳୁ ପ୍ରବଳ ବର୍ଷା ହେଉଛି | ଅମ୍ପାନ ପାରାଦୀପରୁ ବର୍ତ୍ତମାନ ୧୨୦ କିମି ଦୂରରେ ରହିଛି | ରାଜଧାନୀ ଭୁବନେଶ୍ୱରରେ ସକାଳୁ ବର୍ଷା ସହ ପବନ ଆରମ୍ଭ ହୋଇଯାଇଛି | ଭୁବନେଶ୍ୱରରେ ୫୬ ମିମି ବର୍ଷା ରେକର୍ଡ କରାଯାଇଛି | ପାରାଦୀପରେ ବର୍ତ୍ତମାନ ପବନର ବେଗ ଘଣ୍ଟା ପ୍ରତି ୧୦୨ କିମି ରହିଛି | ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟା ପ୍ରତି ୧୦୦ କିମି ରହିଛି | ଉପକୂଳ ଅଞ୍ଚଳରେ ଅନେକ ବଡ ବଡ ଗଛ ଭାଙ୍ଗି ଯାଇଛି |

ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି | ପଶ୍ଚିମବଙ୍ଗ ସୁନ୍ଦରବନ ଅଞ୍ଚଳରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି | ଆସନ୍ତା ୬ ଘଣ୍ଟାରୁ ୮ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ | ଏହି ସମୟ ମଧ୍ୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ଲୋକଙ୍କୁ ପରାମର୍ଶ ଦେଇଛନ୍ତି | ରାତି ସାଢେ ତା ରୁ ସାଢେ ୧୦ ତା ମଧ୍ୟରେ ବାତ୍ୟା ସୁନ୍ଦରବନ ଅଞ୍ଚଳରେ ଲ୍ୟାଣ୍ଡଫଲ କରିବ | ଓ଼ଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁରରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି |

ଉଭୟ ରାଜ୍ୟରେ ହାଇ ଆଲର୍ଟ ଜାରି କରାଯାଇଛି | ସମୁଦ୍ରରେ ଉଚ୍ଚ ଜୁଆର ଉଠୁଛି | ଉଭୟ ରାଜ୍ୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଏନଡିଆରଏଫ ଟିମ ନିୟୋଜିତ କରାଯାଇଛି |

   Related Posts