Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ମୁଖ୍ୟମନ୍ତ୍ରୀଙ୍କ ବାରିପଦା କାର୍ଯ୍ୟକ୍ରମରେ ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଅଣଦେଖା ; ପ୍ରତିବାଦ କଲେ ସମର୍ଥକ

30/01/2019 at 4:08 PM

ବାରିପଦା ୩୦|୧: ଆଜି ମୟୁରଭଞ୍ଜ ଜିଲ୍ଲା ବାରିପଦା ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସାଂସଦ ରାମଚନ୍ଦ୍ର ହାଁସଦାକୁ ନିମନ୍ତ୍ରଣ କରାନଯିବାକୁ ନେଇ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଥିଲା । ହାଁସଦାଙ୍କୁ ନ ଡକାଯିବା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ସମର୍ଥକ । ଏହା ଏକ ଦଳୀୟ କାର୍ଯ୍ୟକ୍ରମ ନୁହେଁ ବରଂ ସରକାରୀ କାର୍ଯ୍ୟକ୍ରମ । ତଥାପି ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ନିମନ୍ତ୍ରଣ କରାଯାଇନଥିଲା । ଏଭଳି କରି ଅଗଣତାନ୍ତ୍ରିକ ଓ ଅପାରଗର ପରିଚୟ ଜିଲ୍ଲା ପ୍ରଶାସନ ଦେଇଥିବା ଅଭିଯୋଗ କରିଛନ୍ତି ହାଁସଦାଙ୍କ ସମର୍ଥକ । ଏହାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ମଧ୍ୟ କରାଯାଇଥିଲା ।

ଆଜି ବାରିପଦା ଗସ୍ତରେ ଯାଇ ୧୫୦କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଐତିହାସିକ ଛଉ ପଡ଼ିଆରେ ମିଶନ ଶକ୍ତି ମହାସମାବେଶରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ।

   Related Posts