Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆଶ୍ବସ୍ତି : ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ

11/11/2020 at 4:41 PM

ନୂଆଦିଲ୍ଲୀ ୧୧/୧୧ : ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆଶ୍ବସ୍ତି । ଅର୍ଣ୍ଣବଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ତାଙ୍କ ସମେତ ଆଉ ୨ ଜଣଙ୍କୁ ମଧ୍ୟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ ।

ସୂଚନା ଅନୁସାରେ ୨୦୧୮ରେ ଇଣ୍ଟରିଅର ଡିଜାଇନର ଅନଭୟ ନାଏକ ଏବଂ ତାଙ୍କ ମାଙ୍କ ଆତ୍ମହତ୍ୟା ମାମଲାରେ ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ବାମୀଙ୍କୁ, ସେ ରହୁଥିବା ଘରୁ ଉଠାଇ ନେଇଥିଲା ମୁମ୍ବାଇ ପୋଲିସ ।

ପରେ ମୁମ୍ବାଇ ସେସନ କୋର୍ଟ ମାମଲାର ବିଚାର କରି ଅର୍ଣ୍ଣବଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଥିଲେ । ଗିରଫକୁ ବେଆଇନ ଦର୍ଶାଇ ମୁମ୍ବାଇ ସେସନ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ ସୁଦ୍ଧା ତାହା ଖାରଜ ହୋଇଯାଇଥିଲା । ଏହା ପରେ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅର୍ଣ୍ଣବ ଗୋସ୍ବାମୀ । ଆଜି ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ ।

   Related Posts