Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଜାମିନ

22/10/2019 at 10:40 PM

ନୂଆଦିଲ୍ଲୀ – ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଜାମିନ । ସିବିଆଇ ପକ୍ଷରୁ ହୋଇଥିବା ମାମଲାରେ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ଚିଦାମ୍ବରମଙ୍କୁ ୧ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି । ତେବେ ଚିଦାମ୍ବରମ ଦେଶ ଛାଡ଼ି ବାହାରକୁ ଯାଇପାରିବେ ନାହିଁ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି ।

ବିଚାରପତି ଆର୍. ଭାନୁମତିଙ୍କ ନେତୃତ୍ଵରେ ଗଠିତ ଖଣ୍ଡପୀଠ ଚିଦାମ୍ବରମଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଥିଲେ । ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଖାରଜ କରିଦେଇଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଚିଦାମ୍ବରମ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଅନ୍ୟପଟେ ଆଇ.ଏନ.ଏକ୍ସ ମିଡିଆ ଦୁର୍ନୀତି ମାମଲାର ଆର୍ଥିକ ଦିଗ ଉପରେ ପ୍ରବର୍ତ୍ତନ ନିର୍ଦେଶାଳୟ ତଦନ୍ତ କରୁଛି । ଇଡି ଦ୍ବାରା ଗିରଫ ହେବା ପରେ ଚିଦାମ୍ବରମ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଇଡି ହେପାଜତରେ ରହିବେ । ତେଣୁ ଇଡି ମାମଲାରେ ଜାମିନ ପାଇବାକୁ ହେଲେ ପୁଣି ଥରେ ତାଙ୍କୁ କୋର୍ଟରେ ଜାମିନ ଆବେଦନ କରିବାକୁ ପଡ଼ିବ

   Related Posts