Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ଅଟୋକୁ ଧକ୍କା ଦେଲା ହାଇଓ୍ବା : ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||

ଆଜି ସୁପ୍ରିମକୋର୍ଟରେ ଓଡ଼ିଶା ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ମାମଲାର ଶୁଣାଣି

28/09/2018 at 11:33 AM

ଦିଲ୍ଲୀ ୨୮/୯ : ଓଡ଼ିଶା ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ମାମଲା । ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ରାଜ୍ୟ ସରକାରଙ୍କ ଦ୍ବାରା ଦାଖଲ କରାଯାଇଥିବା ପିଟିସନର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହେବ। ବିଚାରପତି ଉଦୟ ଉମେଶ ଲଳିତ ଓ ବିଚାରପତି ସଞ୍ଜୟ କିଷନ କୌଲଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି କରିବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ମାମଲା ପରିଚାଳନା ପାଇଁ ବରିଷ୍ଠ ଆଇନଜୀବୀ ଗୋପାଳ ସୁବ୍ରମଣ୍ୟମଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ଗୋପାଳ ସୁବ୍ରମଣ୍ୟମଙ୍କ ଅନୁପସ୍ଥିତି ଯୋଗୁ ରାଜ୍ୟ ସରକାର ଏହି ମାମଲାର ଶୁଣାଣିକୁ ସ୍ଥଗିତ ରଖିବା ପାଇଁ ଅନୁରୋଧ କରିଥିଲେ। ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଟପିବ ନାହିଁ ବୋଲି ହାଇକୋର୍ଟ ଯେଉଁ ରାୟ ଦେଇଛନ୍ତି ତାହାକୁ ଚାଲେଞ୍ଜ କରି ରାଜ୍ୟ ସରକାର ସୁପ୍ରିମ କୋର୍ଟ ଯାଇଛନ୍ତି। ପୂର୍ବରୁ ୨୦୧୨ ପଞ୍ଚାୟତ ନିର୍ବାଚନ, ୨୦୧୩ ପୌର ନିର୍ବାଚନ ଓ ୨୦୧୭ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ଥିଲା। ଏହା ସୁପ୍ରିମ କୋର୍ଟଙ୍କ ୨୦୧୦ ମସିହାର ରାୟକୁ ଉଲ୍ଲଂଘନ କରୁଛି ବୋଲି ଦର୍ଶାଇ ଓଡ଼ିଶା ହାଇକୋର୍ଟରେ ଏକାଧିକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମାମଲାର ଶୁଣାଣି କରି ହାଇକୋର୍ଟ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ନକରିବା ପାଇଁ ନିର୍ଦେଶ ଦେଇଥିଲେ।

   Related Posts