Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ପ୍ରବାସୀ ଶ୍ରମଜୀବୀଙ୍କ ଲାଗି ଚିନ୍ତା ପ୍ରକଟ କଲେ ସୁପ୍ରିମକୋର୍ଟ: କହିଲେ-ସରକାରଙ୍କ ପଦକ୍ଷେପ ଯଥେଷ୍ଟ ନୁହେଁ, କେନ୍ଦ୍ର ଓ ରାଜ୍ୟଙ୍କୁ ନୋଟିସ୍

26/05/2020 at 7:13 PM

ନୂଆଦିଲ୍ଲୀ, ୨୬|୦୫: ଦେଶରେ ଲକଡାଉନ୍ ପାଇଁ ରାସ୍ତାରେ ଚାଲିଚାଲି ଯାଉଥିବା ଶ୍ରମିକଙ୍କ ସ୍ଥିତିକୁ ସୁପ୍ରିମକୋର୍ଟ ଗୁରୁତର ସହ ନେଇଛନ୍ତି । ବିଭିନ୍ନ ସ୍ଥାନରେ ଫସିଥିବା ଶ୍ରମିକଙ୍କ ସହାୟତା କରିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି । ସରକାର ନେଇଥିବା ପଦକ୍ଷେପ ପର୍ଯ୍ୟାପ୍ତ ନୁହେଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ ।

ସୁପ୍ରିମକୋର୍ଟ କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନୋଟିସ ଜାରି କରି ପ୍ରବାସୀ ଶ୍ରମିକଙ୍କ ଅସୁବିଧାକୁ ଦୂର କରିବା ପାଇଁ ପଦକ୍ଷେପ ନେବାକୁ କହିଛନ୍ତି । ଏହାସହ ଜବାବ ମଧ୍ୟ ମାଗିଛନ୍ତି । ଗୁରୁବାର ଏହି ପ୍ରସଙ୍ଗରେ ବିସ୍ତୃତ ଶୁଣାଣି ହୋଇଥିଲା । ଜଷ୍ଟିସ୍ ଅଶୋକ ଭୂଷଣ, ସଞ୍ଜୟ କିଷନ କୋଲ୍ ଓ ଏମଆର ଶାହଙ୍କ ଖଣ୍ଡପୀଠ ମିଡିଆ ରିପୋର୍ଟସ୍ ଓ କୋର୍ଟକୁ ପଠାଯାଇଥିବା ଚିଠି ଆଧାରରେ ମାମଲାକୁ ଗୁରୁତର ସହ ନେଇଥିଲେ ।

ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ୨ ମାସରୁ ଅଧିକ ସମୟ ଧରି ଲକଡାଉନ୍ ଲାଗୁ କରାଯାଇଛି । ଏହା ପ୍ରବାସୀ ଶ୍ରମିକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ରୋଜଗାର ବନ୍ଦ ହେବା କାରଣରୁ ପ୍ରତିଦିନ ଲକ୍ଷଲକ୍ଷ ପ୍ରବାସୀ ଶ୍ରମିକ ଚାଲିଚାଲି ଘରକୁ ଫେରିବାକୁ ବାଧ୍ୟ ହେଉଛନ୍ତି ।

ଏହାକୁ ନଜରରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାର ଶ୍ରମିକ ଟ୍ରେନ୍ ଚଳାଇବା ସହ ରାଜ୍ୟ ମଧ୍ୟ ଖାଦ୍ୟପେୟ ବ୍ୟବସ୍ଥା କରିଛନ୍ତି । ଏହାସହ ଗରିବଙ୍କ ଆକାଉଣ୍ଟକୁ ଟଙ୍କା ମଧ୍ୟ ପଠାଉଛନ୍ତି ।

   Related Posts