୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ୩୦ ପ୍ଲାଟୁନ ଫୋର୍ସ ମୁତୟନ

NEWS7
supreme-court-order-to-implement-one-nation-one-ration-card

ଭୁବନେଶ୍ୱର ୦୨/୦୨: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ। ଏଥିପାଇଁ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ରାଷ୍ଟ୍ରପତି ଯିବାକୁ ଥିବା ରାସ୍ତା ଗୁଡିକରେ କଟକଣା ଜାରି କରାଯାଇଛି ।

ଏନେଇ କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ୨ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି । ୫ ଜିଲ୍ଲାରେ ୬ ଦିନ ବିତାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ, ଖୋର୍ଦ୍ଧା, ବାଲେଶ୍ବର, ଯାଜପୁର, ମୟୂରଭଞ୍ଜରେ କାର୍ଯ୍ୟକ୍ରମ । ଯାଜପୁରରେ ମା’ ବିରଜାଙ୍କ ଦର୍ଶନ, ନାଭିଗୟାରେ ପିଣ୍ଡଦାନ । ପୁରୀ ଶ୍ବେତଗଙ୍ଗାରେ ପିଣ୍ଡଦାନ ସହ ମହାପ୍ରଭୁଙ୍କୁ ଦର୍ଶନ କରିବେ ।