Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ରାମ ଜନ୍ମଭୂମି-ବାବ୍ରି ମସଜିଦ ବିବାଦ ମାମଲା ; ମଧ୍ୟସ୍ଥି ନିଯୁକ୍ତି ନେଇ ଆଜି ରାୟ ପ୍ରକାଶ କରିବେ ସୁପ୍ରିମକୋର୍ଟ

8/03/2019 at 9:20 AM

ନୂଆଦିଲ୍ଲୀ ୮|୩ : ରାମ ଜନ୍ମଭୂମି-ବାବ୍ରି ମସଜିଦ ଜମି ବିବାଦ ବିବାଦର ସ୍ଥାୟୀ ସମାଧାନ ମଧ୍ୟସ୍ଥି ହେବେ କି ନାହିଁ ସେ ସମ୍ପର୍କରେ ସୁପ୍ରିମକୋର୍ଟ ଆଜି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇବେ । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ କୋର୍ଟରେ ପୂର୍ବାହ୍ନ ୧୦ଟା ୩୦ମିନିଟ୍‌ରେ ରାୟ ପ୍ରକାଶ ପାଇବ । ବିବାଦୀୟ ୨.୭୭ ଏକର ପରିମିତ ଜାଗାକୁ ନିର୍ମୋହି ଆଖଡ଼ା, ସୁନ୍ନି ସେଣ୍ଟ୍ରାଲ୍ ଓ୍ବାକଫ୍ ବୋର୍ଡ ଏବଂ ରାମଲାଲା ବିରାଜମାନ ମଧ୍ୟରେ ତିନି ଭାଗରେ ବାଣ୍ଟିଦେବା ପାଇଁ ୨୦୧୦ ମସିହାରେ ଆଲ୍ଲାହାବାଦ ହାଇକୋର୍ଟ ଦେଇଥିବା ରାୟକୁ ବିରୋଧ କରି ୧୪ଟି ଆବେଦନ ଦାଖଲ ହୋଇଥିଲା ।

ତେବେ ଗତ ବୁଧବାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ପାଞ୍ଚ ଜଣିଆ ଖଣ୍ଡପୀଠ ବିଭିନ୍ନ ପକ୍ଷର ଶୁଣାଣି କରିଥିବା ବେଳେ ରାୟକୁ ସଂରକ୍ଷିତ ରଖିଛନ୍ତି । ବିବାଦୀୟ ମାମଲାକୁ ଶାନ୍ତିପୂର୍ଣ୍ଣ ସମାଧାନ ଲାଗି ଆପୋଷ ବୁଝାମଣା ଜରିଆରେ କରିବାକୁ କୋର୍ଟ ପ୍ରସ୍ତାବ ଦେଇଥିଲେ। ଏଥିପାଇଁ ମାମଲାର ଥିବା ତିନି ପକ୍ଷଙ୍କୁ ସେମାନଙ୍କର ମଧ୍ୟସ୍ଥଙ୍କ ନାମ ସୁପାରିସ କରିବାକୁ ସୁପ୍ରିମକୋର୍ଟ କହିଥିଲେ । 

ଏହି ମାମଲା ସହ ଜଡ଼ିତ ନିର୍ମୋହି ଆଖଡ଼ା ବ୍ୟତୀତ ଅନ୍ୟ ହିନ୍ଦୁ ସଂଗଠନଗୁଡ଼ିକ ସର୍ବୋଚ୍ଚ ଅଦାଲତ ଦ୍ବାରା ପ୍ରସ୍ତାବିତ ମଧ୍ୟସ୍ଥତା ପ୍ରକ୍ରିୟାକୁ ବିରୋଧ କରୁଥିବା ବେଳେ ସୁସଲିମ୍ ସଂଗଠନ ସବୁ ଏହା ସପକ୍ଷରେ ଅଛନ୍ତି।

   Related Posts