Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||

ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ସୁରେଶ ମହାପାତ୍ର

1/01/2021 at 9:28 AM

ଭୁବନେଶ୍ୱର,୦୧/୦୧: ଗୁରୁବାର ଅସିତ୍‌ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ ଅବସର  ନେଇଛନ୍ତି । ଶୁକ୍ରବାର ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଶ୍ରୀ ତ୍ରିପାଠୀ ଅବସର ପରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଭାବେ ଦାୟିତ୍ୱ ତୁଲାଇବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ମଧ୍ୟ ଅସିତ୍‌ ଦାୟିତ୍ୱ ତୁଲାଇବେ। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ ।

ଅବସର ନେବା ଅବସରରେ ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, ଗତବର୍ଷ ଅଗଷ୍ଟରେ ସେ ମୁଖ୍ୟ ଶାସନ ସଚିବ ପଦରେ ଯୋଗ ଦେଇଥିଲେ।  ଯୋଗ ଦେବା ସମୟରେ ଫାଇଲ୍‌ କାର୍ଯ୍ୟ ଜୋରରେ ହେବ ବୋଲି କହିଥିଲେ । ତାଙ୍କ ସମୟ ଭିତରେ ଫାଇଲ୍‌ କୌଣସି ଜାଗାରେ ଅଟକି ନାହିଁ । ବିଶେଷ କରି କରୋନା ମହାମାରୀ ମୁକାବିଲା ସମୟରେ ଦକ୍ଷତା ପ୍ରମାଣିତ ହୋଇଛି । ସୁଚିନ୍ତିତ ପଦକ୍ଷେପ ଓ ମୁଖ୍ୟମନ୍ତ୍ରୀଙ୍କ ତତ୍ତ୍ୱାବଧାନରେ କରୋନାର ସଫଳ ମୁକାବିଲା କରାଯାଇପାରିଛି ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି ।

ଏତତ୍ ବ୍ୟତୀତ ରାଜ୍ୟର ମୁଖ୍ୟ ଶାସନ ସଚିବ ରୂପେ ଶୁକ୍ରବାର ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ ।

   Related Posts