Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

କରତାରପୁର କରିଡର ଶିଳାନ୍ୟାସ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନର ନିମନ୍ତ୍ରଣକୁ ମନା କରିଦେଇଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ

25/11/2018 at 11:26 AM

କରତାରପୁର କରିଡର  ଶିଳାନ୍ୟାସ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନର ନିମନ୍ତ୍ରଣକୁ ମନା କରିଦେଇଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ହେତୁ ସେ ଏହି କାର୍ଯ୍ୟକ୍ରମରେ ଯୋଗଦେଇପାରିବେନି ବୋଲି କହିଛନ୍ତି। ତାଙ୍କ ବଦଳରେ ଦୁଇଜଣ  କେନ୍ଦ୍ରମନ୍ତ୍ରୀ ହରସିମ୍ରତ କୌର ବାଦଲ ଏବଂ ହରଦୀପ ପୁରୀ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କହିଛନ୍ତି ସୁଷମା। ଭାରତର ଶୀଖ୍ ତୀର୍ଥଯାତ୍ରୀଙ୍କ ପାଇଁ ଇସଲାମବାଦ ନଭେମ୍ବର ୨୮ରେ କରତାର କରିଡର ପାଇଁ ଶିଳାନ୍ୟାସ କାର୍ଯ୍ୟକ୍ରମ ରଖିଛି. ଏଥିରେ ଯୋଗଦେବାପାଇଁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ,ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଏବଂ ପଞ୍ଜାବର ମନ୍ତ୍ରୀ ନଭଜୋତ ସିଂ ସିଦ୍ଧୁଙ୍କୁ ପାକିସ୍ତାନ ଆମନ୍ତ୍ରଣ କରାଯାଇଥିବା ଘୋଷଣା କରିଥିଲେ ପାକିସ୍ତାନର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶାହା ମାହାମ୍ମୁଦ କ୍ୟୁରେସି।

   Related Posts