Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ନିଜ ମଥା ସିନ୍ଦୂର ପୋଛିଦେଲା ସ୍ତ୍ରୀ, ଲୁହା ପାଇପରେ ପିଟି ସ୍ୱାମୀକୁ ମାରିଦେଲା

11/04/2021 at 12:37 PM

ସୁନ୍ଦରଗଡ,୧୧/୦୪: ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । ନିଜ ସିନ୍ଦୂର ନିଜେ ପୋଛିଦେଲା ।  ସୁନ୍ଦରଗଡ଼ ଜିଲ୍ଲା ତଲସରା ଥାନା ଅନ୍ତର୍ଗତ ଶୁଖା ମହାଦେବ ପଡ଼ାରେ ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି ।

ସୂଚନାନୁସାରେ, ବାଲିଶଙ୍କରା ମହାଦେବପଡ଼ାରେ ରୁହନ୍ତି ପ୍ରକାଶ କୁଜୁର ଓ ତାଙ୍କ ସ୍ତ୍ରୀ ସୁଷମା । ଶନିବାର ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସୁଷମା ଘରେ ଥିବା ଏକ ଲୁହା ପାଇପରେ ସ୍ୱାମୀ ପ୍ରକାଶଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ଫଳରେ ଘଟଣାସ୍ଥଳରେ ପ୍ରକାଶଙ୍କ ମୃତ୍ୟୁ ଘଟିଥିଲା।

ରବିବାର ସକାଳେ ସ୍ତ୍ରୀ ସୁଷମା ତଲସରା ଥାନାକୁ ଯାଇ ନିଜ ସ୍ୱାମୀକୁ ହତ୍ୟା କରିଥିବା ସ୍ଵୀକାର କରିବା ସହ ଆତ୍ମସମର୍ପଣ କରିଥିଲା। ପୋଲିସ ଘଟଣାସ୍ଥଳରେ ପହଁଚି ପ୍ରକାଶଙ୍କ ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

   Related Posts