Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଅସୁସ୍ଥ ବାପାଙ୍କୁ ଦେଖା କରିବାକୁ ଯାଉଥିଲେ, ରାସ୍ତାରେ ଛକି ବସିଥିଲା ଯମ : ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

9/06/2021 at 8:44 AM

ବୌଦ୍ଧ, ୦୯/୦୬:  ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସମ୍ୟ ହରାଇ ଗଛରେ ପିଟିଲା କାର । ଘଟଣା ସ୍ଥଳରେ ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି ।

ମୃତକ ହେଲେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ମନ୍ଦାର ଗାଁର ସୁରେନ୍ଦ୍ର ନାଏକ ଓ ତାଙ୍କ ପତ୍ନୀ ।  ସୂଚନା ଅନୁଯାୟୀ ରାଉରକେଲାରେ ରହୁଥିବା ନିଜ ପିତାଙ୍କ ସ୍ୱାସ୍ଥ୍ୟ ଗୁରୁତର ଥିବା ଖବର ପାଇ ସୁରେନ୍ଦ୍ର ତାଙ୍କ ପତ୍ନୀ ଓ ସମ୍ପର୍କୀୟଙ୍କ ସହ ମଙ୍ଗଳବାର ରାତିରେ ନିଜ ଘରୁ ଏକ କାର ଯୋଗେ ରାଉରକେଲା ଯାଉଥିଲେ । ସକାଳ ସମୟରେ କାର୍ ଭାରସାମ୍ୟ ହରାଇ ଚାରିଛକ ନିକଟରେ ଏକ ଗଛରେ ପିଟି ହୋଇଥିଲା ।

ଘଟଣା ସ୍ଥଳରେ ହିଁ ଉଭୟ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଖବର ପାଇ ଚାରିଛକ ସ୍ଥିତ ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପୁରୁଣାକଟକ ଡାକ୍ତରଖାନା ରେ ଭର୍ତି କରିଛି । ପୁରୁଣାକଟକ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଘଟଣା ସମ୍ପର୍କରେ ଛାନଭିନ ଚଳାଇଛି ।

   Related Posts