ମହୁମାଛି ଆକ୍ରମଣରେ ମହିଳା ଗୁରୁତର, ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

Published By : Prameya-News7 Bureau | December 05, 2021 IST

ପାପଡାହାଣ୍ଡି, ୫/୧୨: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଜଟାବାଲ ଠାରେ ମହୁମାଛି ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ତାଙ୍କ ନାମ ବାଲମତି ଭତରା | ମହାମାୟୀ ସାହିର ବାଲ ଶୌଚ ପାଇଁ ନଦୀକୁ ଯାଇଥିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ତାଙ୍କୁ ଘର ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତର ମନସ୍ମିତା ମହାନ୍ତି କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.