Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ତାମିଲନାଡୁ ରାଜ୍ୟପାଳ କରୋନା ପଜିଟିଭ୍, ନଥିଲା କୌଣସି ଲକ୍ଷଣ

2/08/2020 at 6:44 PM

ଚେନ୍ନାଇ, ୦୨|୦୮:   ସାରା ଦେଶରେ କରୋନା ମାମଲା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ ତାମିଲନାଡୁ ରାଜ୍ୟପାଳ ବନୱରିଲାଲ୍ ପୁରୋହିତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରବିବାର ସେ କରୋନା ପଜିଟିଭ୍ ବୋଲି ଜଣାପଡିଥିଲା । ସଂକ୍ରମିତ ହେବା ପରେ ତାଙ୍କୁ ଆଇସୋଲେସନରେ ରଖାଯାଇଛି । କାବେରୀ ହସ୍ପିଟାଲର ଏକ ଡାକ୍ତରୀ ଟିମ୍ ତାଙ୍କର ଯା଼ଞ୍ଚ କରୁଛନ୍ତି ।

କାବେରୀ ହସ୍ପିଟାଲ ଦ୍ୱାରା ଜାରୀ ବୁଲେଟିନରେ କୁହାଯାଇଛି ଯେ, ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳିନଥିଲା । କିନ୍ତୁ ସଂକ୍ରମିତ ହେବା ପରେ ତାଙ୍କୁ ପୃଥକ ଭାବେ ରଖାଯାଇଛି । ହସ୍ପିଟାଲର ମେଡିକାଲ ଟିମ୍ ତାଙ୍କର ନିୟମିତ ଭାବେ ତଦାରଖ କରୁଛନ୍ତି ।

ସୂଚନାଯୋଗ୍ୟ, ତାମିଲନାଡୁ ଦେଶରେ କରୋନା ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ରାଜ୍ୟ ମଧ୍ୟରୁ ଅନ୍ୟତମ । ତାମିଲନାଡୁର ରାଜଧାନୀ ଚେନ୍ନାଇରେ ହିଁ ୧ ଲକ୍ଷରୁ ଅଧିକ ମାମଲା ସାମ୍ନାକୁ ଆସିଛି ।

   Related Posts