Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||

ଅନ୍ଧ ବିଶ୍ବାସ : ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ ପରେ ବଞ୍ଚାଇବା ପାଇଁ ଡାକ୍ତରଖାନା ପରିସରରେ ଝଡାଫୁଙ୍କା

19/09/2019 at 11:12 AM

ଉଦଳା ୧୯।୯: ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ ହେବାପରେ ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରଖାନା ପରିସରରେ ଝଡାଫୁଙ୍କା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଉଦଳା ଡାକ୍ତରଖାନା ପରିସରରେ । 

ସୂଚନାଯୋଗ୍ୟ ଯେ, ସ୍ଥାନୀୟ କାଠପାଳ ଗାଁରେ ଗତକାଲି ସନ୍ଧ୍ୟାରେ ମହିଳାଙ୍କୁ ସାପ କାମୁଡିଥିଲା । ସାପ କାମୁଡା ନେଇ ମହିଳା ଜଣଙ୍କ ପରିବାର ଲୋକଙ୍କୁ ଜଣାଇବା ପରେ ସେମାନେ ପ୍ରଥମେ ଘର ପାଖରେ ଏକ ଗୁଣିଆ ଦ୍ବାରା ଝଡାଫୁଙ୍କା କରାଇଥିଲେ । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ଡାକ୍ତରଖାନା ଅଣାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ  ।

ଏହାପରେ ପରିବାର ଲୋକେ ଡାକ୍ତରଖାନାରେ ହିଁ ଗୁଣିଆ ଦ୍ବାରା ଝଡାଫୁଙ୍କା କରିଥିଲେ । ତେବେ ଗୁଣିଆ ଶେଷରେ ହାତ ଟେକି ଦେଇଥିଲେ ।

   Related Posts