Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ତପସ୍ୟା ଫାଉଣ୍ଡେସନ୍ ସାହିତ୍ୟ ପୁରସ୍କାର- ୨୦୨୦ ଘୋଷିତ, ୩ ସାହିତ୍ୟିକଙ୍କୁ କରାଯିବ ସମ୍ମାନିତ

28/12/2020 at 10:57 PM

ଭୁବନେଶ୍ବର ୨୮/୧୨: ତପସ୍ୟା ଫାଉଣ୍ଡେସନ୍ ପକ୍ଷରୁ ସାହିତ୍ୟ ପୁରସ୍କାର- ୨୦୨୦ ଘୋଷଣା ହୋଇଛି। ବିଶିଷ୍ଟ ସମାଲୋଚକ ପ୍ରଫେସର ସ୍ବର୍ଗତ ଡକ୍ଟର ବାଉରୀବନ୍ଧୁ କରଙ୍କୁ ମରଣୋତ୍ତର ଭାବେ ‘ତପସ୍ୟା ଶାଶ୍ବତ ପୁରସ୍କାର-୨୦୨୦ ମିଳିବାକୁ ଥିବା ବେଳେ ଆଦିବାସୀ ଜନଜୀବନ ଓ ସାହିତ୍ୟ ସମ୍ପର୍କରେ ବିଶେଷ ଗବେଷଣା ଓ ପୁସ୍ତକ ରଚନା କରିଥିବା ଯୁବ ସାହିତ୍ୟିକ ତଥା ବାଲେଶ୍ବରସ୍ଥିତ ଫକୀରମୋହନ ବିଶ୍ବବିଦ୍ୟାଳୟ ଭାଷା ଓ ସାହିତ୍ୟ ବିଭାଭର ସହଯୋଗୀ ପ୍ରଫେସର ଡାକ୍ତର ଦେବାଶିଷ ପାତ୍ରଙ୍କୁ ‘ତପସ୍ୟା ସୃଜନ ପୁରସ୍କାର-୨୦୨୦’ମିଳିବ ।

ଏହାସହ ତରୁଣ ଲେଖିକା ସୁଶ୍ରୀ ସଂଘମିତ୍ରା ଭୂତିଆଙ୍କୁ ‘ତପସ୍ୟା ସମ୍ଭାବନା ପୁରସ୍କାର-୨୦୨୦ ରେ ସମ୍ମାନିତ କରାଯିବ ବୋଲି ଫାଉଣ୍ଡେସନ୍ ପକ୍ଷରୁ ମ୍ୟାନେଜିଂ ଟ୍ରଷ୍ଟି ଡକ୍ଟର ଜୁଲି ମିଶ୍ର ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଆ ସାହିତ୍ୟ ପ୍ରତି ଅବଦାନ ଥିବା ତିନି ପିଢ଼ିର ସାହିତ୍ୟିକଙ୍କୁ ଉତ୍ସାହିତ କରିବା ପାଇଁ ୨୦୧୮ ମସିହାରୁ ତପସ୍ୟା ଫାଉଣ୍ଡେସନ୍ ପକ୍ଷରୁ ଏହି ପୁରସ୍କାର କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ୨୦୧୮ ମସିହା ପାଇଁ ବିଭୂତି ଭୂଷଣ ପ୍ରଧାନଙ୍କୁ ‘ତପସ୍ୟା ଶାଶ୍ବତ ପୁରସ୍କାର’, ବିଶିଷ୍ଟ ଲେଖକ ଭୀମ ପୃଷ୍ଟିଙ୍କୁ ‘ତପସ୍ୟା ସୃଜନ ପୁରସ୍କାର ଏବଂ ଯୁବ ଲେଖକ ନିଖେଳେଶ ମିଶ୍ରଙ୍କୁ ‘ତପସ୍ୟା ସମ୍ଭାବନା’ ପୁରସ୍କାର ପ୍ରଦାନ କରାଯାଇଥିଲା।

   Related Posts