ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ: କୋଟି ହୃଦୟ ଜିଣିଥିଲେ, କିନ୍ତୁ ଜୀବନ ଯୁଦ୍ଧରେ ହାରିଗଲେ

Published By : Prameya-News7 Bureau | June 19, 2021 IST

ଭୁବନେଶ୍ବର ୧୯/୦୬: ଲୋକପ୍ରିୟ ଓଲିଉଡ୍‌ ସିଙ୍ଗର ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତପୁ ମିଶ୍ରଙ୍କ ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ ଚିକିତ୍ସା ଜାରି ରହିଥିଲା।

ତାଙ୍କର ଅକ୍ସିଜେନ୍ ଲେବଲ୍ ଲଗାତାର କମୁଥିବା ବେଳେ ଏଥିରେ ସୁଧାର ଆସିନଥିଲା।  ତାଙ୍କୁ ଅକ୍ସିଜେନ୍ ଦିଆଯାଉଥିଲା ।  ପ୍ରଥମେ ଗୋଟିଏ ହସ୍ପିଟାଲରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲକୁ ତାଙ୍କୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଥିଲା ।

ସେ ଗୁରୁତର ହୋଇପଡ଼ିଥିବା ଖବର ଆସିବା ପରେ କଳାକାରମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ମଧ୍ୟ କରିଥିଲେ । କିନ୍ତୁ ଶନିବାର ତପୁ ମିଶ୍ର ଜୀବନ ଯୁଦ୍ଧ​‌ରେ ହାରିଯାଇଛନ୍ତି। ଓଡ଼ିଶାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.