Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଆସନ୍ତା ୩ରୁ ଖୋଲିବ ମା ତାରାତାରିଣୀ ମନ୍ଦିର

29/12/2020 at 12:47 PM

ଗଞ୍ଜାମ ୨୯।୧୨ : ଜାନୁଆରୀ ୩ରୁ  ଖୋଲିବ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିର  । ଗଞ୍ଜାମ ଜିଲ୍ଲା ପ୍ରଶାସନର ଏନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । କରୋନା କଟକଣା ପାଇଁ ବନ୍ଦ ରହିଥିଲା ମନ୍ଦିର । ଏବେ ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ  ପାଉଥିବାରୁ ଏପରି ନିଷ୍ପତ୍ତି  ନେଇଛି  ଜିଲ୍ଲା ପ୍ରଶାସନ ।

ଖବର ଅନୁଯାୟୀ, ମଙ୍ଗଳବାର ଜିଲ୍ଲା ପ୍ରଶାସନର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁସାରେ ଆସନ୍ତା ୩ ତାରିଖ ଠାରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିର  ଖୋଲିବ । ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି ।  କରୋନା କଟକଣା ମଧ୍ୟରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ତହସିଲଦାରଙ୍କ ସହ ବୈଠକ ପରେ ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯିବ ।

ରାଜ୍ୟରେ କରୋନା ସ୍ଥିତିକୁ ଦେଖି ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ଏବେ କରୋନା ସଂକ୍ରମଣ ସଂଖ୍ୟା କମୁଥିବାରୁ ଧୀରେ ଧୀରେ ରାଜ୍ୟର ଅନେକ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବାକୁ ସ୍ଥାନୀୟ ପ୍ରଶାସନ ଉପରେ ନିଷ୍ପତ୍ତି ଛାଡିଛନ୍ତି ରାଜ୍ୟ ସରକାର । ଏହାପରେ ରାଜ୍ୟରେ ଏବେ ଧୀରେ ଧୀରେ ଅନେକ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିଛି । ସ୍ଥାନୀୟ ପ୍ରଶାସନ ନିଜ ଅଞ୍ଚଳର ସ୍ଥିତିକୁ ଦେଖି ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲୁଛନ୍ତି ।

   Related Posts