Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ବେଆଇନ ଘେରି ଉଚ୍ଛେଦ ନିମନ୍ତେ ଟାସ୍କଫୋର୍ସ ବୈଠକ ଅନୁଷ୍ଠିତ, ଉଚ୍ଛେଦ ପ୍ରକ୍ରିୟା ତ୍ୱରାନିତ ନେଇ ଆଲୋଚନା

4/11/2021 at 3:00 PM

ଚିଲିକା, ୦୪। ୧୧: ଚିଲିକାରେ ବେଆଇନ ଘେରି ଉଚ୍ଛେଦ ନିମନ୍ତେ ଟାସ୍କଫୋର୍ସ ବୈଠକ ରାଜସ୍ବ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ବେଆଇନ ଘେରି ଉଚ୍ଛେଦ ପ୍ରକ୍ରିୟାକୁ ତ୍ବରାନ୍ବତ କରିବା ନିମନ୍ତେ ବୈଠକରେ ଆଲୋଚନା ହୋଇଛି । ବାରମ୍ବାର ଉଚ୍ଛେଦ ସତ୍ତ୍ବେ ପ୍ରଶାସନ ସହ ସହଯୋଗ କରୁନଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ବେଆଇନ ଭାବେ ବେନାମୀ ଚିଙ୍ଗୁଡି ଘେରି କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଅବଗତ କରିବାକୁ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।  ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, କୃଷ୍ଣପ୍ରସାଦ ତହସିଲଦାର ଶ୍ରୀ ଉଲ୍ଲାସ ଚନ୍ଦ୍ର ସେଠୀ, ବ୍ରହ୍ମଗିରି ତହସିଲଦାର ଶ୍ରୀ କାହ୍ନୁ ଚରଣ ଘଡେଇ, ସଦର ଏସଡିପିଓ ଶ୍ରୀ କିଶୋର ଚନ୍ଦ୍ର ମୁଣ୍ତ,  ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ଥାନାଧିକାରୀ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts