Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

କରୋନାରେ ଚାଲିଗଲା ଶିକ୍ଷକଙ୍କ ଜୀବନ

14/04/2021 at 3:55 PM

କର୍ଲାମୁଣ୍ଡା ୧୪।୪: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ନିବାସୀ ଯୁବ ଶିକ୍ଷକ ବୃହସ୍ପତି ଭୋଇଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି ।  ସେ ଗତକିଛି ଦିନ ତଳେ ବିଶାଖାପାଟଣାକୁ ଚିକିତ୍ସା ପାଇଁ ଯାଇଥିବା ବେଳେ ସେଠାରେ ସେ କରୋନା ଆକ୍ରାନ୍ତ ଥିବା ଜାଣିବାକୁ ପାଇଥିଲେ । ଏହାପରେ ବ୍ରହ୍ମପୁର ମେଡିକାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବ୍ରହ୍ମପୁର ସ୍ଥିତ ସ୍ବର୍ଗଦ୍ବାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ସ୍ବର୍ଗତ ବୃହସ୍ପତି ଟେଟେଙ୍ଗପଦର ପ୍ରାଥମିକ ବିଦ୍ୟାଳୟଠାରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ । ତାଙ୍କର ବୟସ ମାତ୍ର ୪୫ ବର୍ଷ । ଦୁଇ ମାସ ତଳେ ତାଙ୍କ ବାପାଙ୍କ ପରଲୋକ ହୋଇଥିଲା । ତାଙ୍କ ଅକାଳ ବିୟୋଗରେ ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୋକସଭା ଅନୁଷ୍ଠିତ ହେବା ସହ ମୃତ ଶିକ୍ଷକଙ୍କ ପରିବାରକୁ କରୋନା ଯୋଦ୍ଧା ଭାବେ ଆର୍ଥିକ ସହାୟତା ଯୋଗାଇଦେବାକୁ ଦାବି କରିଛି ।

   Related Posts