ଭିଜିଲାନ୍ସ ଜାଲରେ ଶିକ୍ଷକ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
3/03/2021 at 7:43 AM

ସୋନପୁର ୩।୩: ଭିଜିଲାନ୍ସ ଜାଲରେ ଶିକ୍ଷକ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ଶିକ୍ଷକ ସନ୍ତୋଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି ।

ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରୁଛନ୍ତି । ତେବେ କେତେ ସମ୍ପତ୍ତି ଜବତ ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ ।