Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

କରୋନା ମୁକାବିଲା ଲାଗି ଶିକ୍ଷକ ସଂଘଙ୍କ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦେଲେ ୪ ଲକ୍ଷ ୪୯ ହଜାର ୯୭୭ ଟଙ୍କା

11/05/2020 at 8:02 PM

ବାଲିପାଟଣା୧୧/୫: ଭୁବନେଶ୍ଵର ଉପକଣ୍ଠ ବାଲିଅନ୍ତା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ କରାଯାଇଛି। ବାଲିଅନ୍ତାର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ନିଜର ଗୋଟିଏ ଦିନର ଦରମା ମୋଟ ୪ ଲକ୍ଷ ୪୯ ହଜାର ୯୭୭ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି । ବାଲିଅନ୍ତା ବ୍ଲକ ଶିକ୍ଷା ଅଧିକାରୀ ସ୍ନିଗ୍ଧା ମିଶ୍ରଙ୍କୁ ଚେକ୍ ଆକାରରେ ପ୍ରଦାନ କରିଛନ୍ତି ।ବାଲିଅନ୍ତା ପ୍ରାଥମିକ ଶିକ୍ଷକ ସଭାପତି, ସମ୍ପାଦକ, ବାଲିଅନ୍ତା ବରିଷ୍ଠ ପ୍ରାଥମିକ ସଂଘର ସଭାପତି, ସମ୍ପାଦକ । ଏହା ସହ ସଂଘର ଅନ୍ୟ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ । ରାଜ୍ୟ କରୋନା ସହ ଲଢୁଥିବା ବେଳେ ଏଭଳି ସହାୟତା ସରକାରଙ୍କୁ ସହଯୋଗ କରିବ । ବର୍ତ୍ତମାନ କରୋନାକୁ ନେଇ ରାଜ୍ୟ ଜଟିଳ ସ୍ଥିତି ଦେଇ ଗତି କରୁଛି ।

   Related Posts