Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଖୋଲାଯିବ ଟିଚିଙ୍ଗ କଲେଜ

3/09/2018 at 2:20 PM

ବାଲେଶ୍ୱର ୩/୯ : ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଏକ ଟିଚିଙ୍ଗ ଚିକିତ୍ସାଳୟ ଖୋଲାଯିବ | ବାଲେଶ୍ୱର ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ ଉତ୍ସବରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି | ସେ କହିଛନ୍ତି ଯେ, ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହେଉଥିବା ପ୍ରତ୍ୟେକ ରୋଗୀଙ୍କୁ ରାଜ୍ୟ ସରକାରଙ୍କ ନିରାମୟ ଯୋଜନା ଅନୁକୂଲ୍ୟରେ ମାଗଣାରେ ଔଷଧ ସହ ଅନ୍ୟନ୍ୟ ପାଥୋଲୋଜିକାଲ ପରୀକ୍ଷା ସୁବିଧା ଯୋଗାଇ ଦିଆଯିବ |
ସମ୍ପ୍ରତି ରାଜ୍ୟରେ ୪ ଟି ନୂଆ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ରାଜ୍ୟର ଏମବିବିଏସ ସିଟ ସଂଖ୍ୟା ୪୫୦ ରୁ ୧୦୫୦ କୁ ବୃଦ୍ଧି ପାଇଛି ବୋଲି ଶ୍ରୀ ଜେନା ସୂଚନା ଦେଇଛନ୍ତି | ସେହିଭଳି ଅଗଷ୍ଟ ୧୫ ତାରିଖରୁ ରାଜ୍ୟ ସରକାର ଆରମ୍ଭ କରିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୭୦ ଲକ୍ଷ ପରିବାରକୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଯୋଗାଇ ଦେବାର ବ୍ୟବସ୍ଥା ରହିଛି | ଏହା ସାଧାରଣ ଲୋକଙ୍କ ନିକଟରେ ଉନ୍ନତ ସ୍ୱାସ୍ଥ୍ୟ ସେବା ପହଂଚାଇବା କ୍ଷେତ୍ରରେ ବିଶେଷ ସହାୟକ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି |

   Related Posts