Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍‌ ଫାଇନାଲ ପାଇଁ ଭାରତୀୟ ଦଳ ଘୋଷଣା : ଜାଡେଜା ସାମିଲ, ବାଦ ପଡିଲେ ସିରାଜ

17/06/2021 at 7:57 PM

ନୂଆଦିଲ୍ଲୀ ୧୭/ ୦୬ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ବ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ମ୍ୟାଚ ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି । ସାଉଥଆମ୍ପଟନରେ ହେବାକୁ ଥିବା ଫାଇନାଲ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଭାରତୀୟ ଟିମରେ ରବୀନ୍ଦ୍ର ଜାଡେଜାଙ୍କୁ ସାମିଲ କରାଯାଇଛି । କିନ୍ତୁ ମହମ୍ମଦ ସିରାଜଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନାହିଁ ।


ଓପନର ଭୋବ ରୋହିତ ଶର୍ମା ଏବଂ ଶୁଭମାନ ଗିଲଙ୍କୁ ଦଳରେ ସାମିଲ କରାଯାଇଛି । ଏହି ଗ୍ରାଣ୍ଡ ଫାଇନାଲ ପାଇଁ ୨ ଜଣ ସ୍ପିନରଙ୍କୁ ନେଇ ପଡିଆକୁ ଓଲ୍ଲାଇବ ଟିମ ଇଣ୍ଡିଆ । ରବିଚନ୍ଦ୍ରନ ଅଶ୍ବିନ ଏବଂ ରବୀନ୍ଦ୍ର ଜାଡେଜା ଉଭୟଙ୍କୁ ପ୍ଲେଇଂ ଇଲେଭେନରେ ସାମିଲ କରାଯାଇଛି । ଓ୍ବିକେଟକିପର ବ୍ୟାଟ୍ସମ୍ୟାନ ଭାବେ ଋଷଭ ପନ୍ତଙ୍କୁ ଦଳରେ ସାମିଲ କରାଯାଇଛି । ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ବିପକ୍ଷ ସିରିଜରେ ଦମଦାର ପ୍ରଦର୍ଶନ କରିଥିଲେ ପନ୍ତ ।


ଭାରତୀୟ ଦଳ : ରୋହିତ ଶର୍ମା, ଶୁଭମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଅଜିଙ୍କ୍ୟ ରାହାଣେ, ରବିନ୍ଦ୍ର ଜାଡେଜା, ଋଷଭ ପନ୍ତ, ଆର ଅଶ୍ୱିନ, ମହମ୍ମଦ ଶାମି, ଇଶାନ୍ତ ଶର୍ମା, ଜସପ୍ରୀତ ବୁମରାହ

   Related Posts