Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ତାତିରୁ ମିଳିଲା ସାମାନ୍ୟ ଆଶ୍ବସ୍ତି : ପଶ୍ଚିମ ସମେତ କେନ୍ଦ୍ରୀୟ ଓଡିଶାରେ ତାପମାତ୍ରା ହ୍ରାସ, ଅଧିକାଂଶ ସ୍ଥାନରେ କାଳବୈଶାଖୀ

30/05/2019 at 11:57 AM

ଭୁବନେଶ୍ବର ୩୦|୫:  ତାତିରୁ ମିଳିଲା ସାମାନ୍ୟ ଅଶ୍ବସ୍ତି । ପଶ୍ଚିମ ସମେତ କେନ୍ଦ୍ରୀୟ ଓଡିଶାରେ ତାପମାତ୍ରା ହ୍ରାସ ପାଇଛି । ୭ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲେ ମଧ୍ୟ ସବୁଠି ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ତଳକୁ ଖସିଆସିଛି । ଅବଶ୍ୟ ଉପକୂଳ ଓଡିଶାରେ ତାପମାତ୍ରା ଟିକିଏ ବଢିଛି ।

ଗତକାଲି ଭୁବନେଶ୍ବର ତାପମାତ୍ରା ପୁଣିଥରେ ୩୯ ଡିଗ୍ରୀ ଡେଇଁଛି । ତେବେ ଆସନ୍ତା ୫ଦିନ ତାତିରୁ ତ୍ରାହି ମିଳିବ । ଉପକୂଳ ଓଡିଶାରେ ତାପମାତ୍ରା ୨ରୁ ୩ଡିଗ୍ରୀ କମିପାରେ । ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଡପତି, ଗଞ୍ଜାମ, ପୁରୀ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଓ ଖୋର୍ଦ୍ଧାରେ ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

   Related Posts