ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା ; ୧୦ ମୃତ, ୨୦ରୁ ଅଧିକ ଆହତ

Published By : Prameya-News7 Bureau | January 30, 2021 IST

ମୁରଦାବାଦ ୩୦।୦୧: ଭୟାନକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଭିନ୍ନ ଭିନ୍ନ ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ତେବେ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଉତ୍ତରପ୍ରଦେଶ ମୁରଦାବାଦ ଥାନା କନ୍ଦରିକି ଅଞ୍ଚଳରେ ଦୁର୍ଘଟଣା ଘଟିଛି । ଘନ କୁହୁଡି ଲାଗି ଏକ ଯାତ୍ରୀ ବସ୍‌ ଓ ଟ୍ରକ ମଧ୍ୟରେ ଜୋରାଦାର ଧକ୍କା ହୋଇଛି । ଯାହାଫଳରେ କି ଘଟଣାସ୍ଥଳରେ ହିଁ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା । ତେବେ ଦୁର୍ଘଟଣା ଖବର ପାଇଁ ସ୍ଥାନୀୟ ଲୋକେ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଘଟଣାସ୍ଥଳରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଉଛି ।

{"id":400823,"sizeSlug":"large","linkDestination":"none"}
amarujala

ତେବେ ବର୍ତ୍ତମାନ ସୁଦ୍ଧାରୁ ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଭାବ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ପ୍ରାଥମିକ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଚିକିତ୍ସା ପରେ ଭିନ୍ନ ଭିନ୍ନ ମେଡାକାଲକୁ ସ୍ଥାନାନ୍ତିରତ କରାଯାଇଛି । ତେବେ ମେଡିକାଲରେ ଚିକିତ୍ସିତ ହେଉଥିବା ଯାତ୍ରୀଙ୍କ ମଧ୍ୟରୁ ୩ଜଣଙ୍କ ମୃତ୍ୟୁ ହୋଇଯାଇଛି । ଯାହାଫଳରେ କି  ଦୁର୍ଘଟଣାରେ ମୋଟ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୦ରେ ପହଞ୍ଚିଥିବା ବେଳେ ଆହତଙ୍କ ସଂଖ୍ୟା ୨୦ରୁ ଅଧିକ ରହିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିବାରେ ଆଶଙ୍କା ମଧ୍ୟ କରାଯାଇଛି ।

ତେବେ ଦୁର୍ଘଟଣା ସଂପର୍କରେ ଖବର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଶୋକ ଜାହିର କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ସ୍ଥାନୀୟ ଜିଲ୍ଲା ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରାଯାଇଥିବା ବେଳେ ଆହତଙ୍କ ପାଇଁ ୫୦  ହଜାର ଲେଖାଏଁ ସହାୟତା ଦେବାକୁ ପ୍ରତିଶୃତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.