Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ମାଟ୍ରିକ୍ ଫଳାଫଳକୁ ନେଇ ଛାତ୍ର ଅଶାନ୍ତି, ସ୍କୁଲ ପରିସରରେ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକଙ୍କ ବିକ୍ଷୋଭ ପ୍ରଦର୍ଶନ

28/06/2021 at 10:54 AM

କଟକ ୨୮।୬: ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଫଳାଫଳକୁ ନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି । କଟକ କଲେଜ ଛକ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିର ପରିସରରେ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।  

ସୂଚନାଯୋଗ୍ୟ ଯେ, ମାଟ୍ରିକ୍ ପରୀକ୍ଷା ଫଳ ବଦଳିବାକୁ ନେଇ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଚଳିତବର୍ଷ ମାଟ୍ରିକ୍ ଫଳାଫଳ ଅତି ନୈରାଶ୍ୟଜନକ ହୋଇଥିବାରୁ ସଂପୃକ୍ତ ବିଦ୍ୟାଳୟରେ ପାଠ ପଢୁଥିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ କ୍ଷୋଭ ପ୍ରକାଶ ପାଇବା ସହ ଘୋର ଅସନ୍ତୋଷ ଦେଖାଦେଇଛି ।  ପ୍ରକାଶିତ ଫଳାଫଳ ଅତି ଚିନ୍ତାଜନକ ଓ ଉଦ୍‌ବେଗର ବିଷୟ ହୋଇପଡି ଥିବାରୁ ଏବେ ଘୋର ମାନସିକ ଅବସାଦରେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ରହୁଛନ୍ତି । ତେବେ ଛାତ୍ରଛାତ୍ରୀଙ୍କ ଚୂଡାନ୍ତ ମୂଲ୍ୟାୟନ କରାଯାଇ ସେମାନଙ୍କୁ ଉଚିତ ନ୍ୟାୟ ଦେବା ସହିତ ଏଥିରେ ଯଦି କୌଣସି ଅଧିକାରୀ ଓ କର୍ମକର୍ତ୍ତା ଦାୟିତ୍ବହୀନ ଭାବେ କାର୍ଯ୍ୟ କରିଛନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି ।

   Related Posts