ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା

Published By : Prameya-News7 Bureau | March 08, 2021 IST

ବଲାଙ୍ଗୀର ୦୮।୦୩: ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା । ବଲାଙ୍ଗୀର ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୁଝାସୁଝା ପାଇଁ ଉଦ୍ୟମ ଜାରି ରଖିଛି ।

ଖବର ଅନୁଯାୟୀ, ବଲାଙ୍ଗୀର ଜାମଗାଁର ସୁମନ୍ତ ବେହେରା ଗତ କାଲି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । କିନ୍ତୁ ରକ୍ତ ନମିଳିବାରୁ ରୋଗୀଙ୍କୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ତେବେ ଉତ୍ତେଜନା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ପାଇଁ ଉଦ୍ୟମ ଜାରି ରଖିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.