Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଗୋଷ୍ଠୀ ସଂଘର୍ଷ : ୨ ଜଣଙ୍କୁ ଘେରି ମାଡ଼ ମାରିଲେ ୧୦ରୁ ୧୫ ଯୁବକ, ଦୁଇ ଗୁରୁତର

16/01/2021 at 1:46 PM

ବଲାଙ୍ଗୀର ୧୬।୦୧: ବଲାଙ୍ଗୀର ହାତିଶାଲପଡ଼ାରେ ଗୋଷ୍ଠୀ ସଂଘର୍ଷ । ଯୁବକଙ୍କୁ ୧୦ରୁ ୧୫ ଜଣ ଆସି ହଠାତ୍‌ ଆକ୍ରମଣ କରିଥିଲେ । ଯାହାଫଳରେ କି ୨ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

ଖବର ଅନୁଯାୟୀ, ହାତିଶାଲପଡ଼ାରେ କିଛି ଯୁବକ ଛିଡ଼ାହୋଇଥିଲା । ହଠାତ୍‌ ୧୦ରୁ ୧୫ଜଣ ଯୁବକ ଆସି ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ତେବେ ଘଟଣାସ୍ଥଳରେ ଅନ୍ୟ କିଛି ଯୁବକ ପାଟି କରିବାରୁ ସେଠାରୁ ଆକ୍ରମଣ କରିଥିବା ବ୍ୟକ୍ତିମାନେ ଫେରାର ହୋଇଯାଇଥିଲେ । ତେବେ ଆକ୍ରମଣ କରାଯାଇଥିବା ୨ ଯୁବକଙ୍କ ଅବସ୍ଥା ଗୁରୁତର ହୋଇଛି ।

ସେଠାରୁ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତ ହୋଇଥିବା ଯୁବକଙ୍କ ନାମ ବିଶାଳ ଶର୍ମା ଓ ନୀଳ କୁମ୍ଭାର ବୋଲି ଜଣାପଡିଛି । ଜଣେ ଯୁବକଙ୍କ ହାତ ଛିଣ୍ଡି ପଡିଥିବା ମଧ୍ୟ ସୂଚନା ମିଳିଛି । ସେହିପରି ଆହତ ନୀଳଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତରିତ କରାଯାଇଥିବା ବେଳେ ବିଶାଳ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କାରାଯାଇଛି। ଏନେଇ ବଲାଙ୍ଗୀର  ଟାଉନ ଥାନାରେ ଆହତଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଛି।

   Related Posts