ଚିକିଟି ନିର୍ବାଚନ ମଣ୍ଡଳୀରେ ରାଜନୈତିକ ହିଂସା, ବୁଥ୍ ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

Published By : Prameya-News7 Bureau | May 13, 2024 IST

ଆସ୍କା ୧୩।୫: ଓଡିଶାରେ ଆରମ୍ଭ ହୋଇଯାଇଛି ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରୁଛନ୍ତି ଜନତା । ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟରେ ଲୋକସଭା ସହ ଏହା ଅନ୍ତର୍ଗତ ବିଧାନସଭା ଆସନରେ ଚାଲିଛି ମତଦାନ । ବ୍ରହ୍ମପୁର ଲୋକସଭା ଅନ୍ତର୍ଗତ ଚିକିଟି ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ ସମୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଚିକିଟି ନିର୍ବାଚନ ମଣ୍ଡଳୀର ପାତ୍ରପୁର ବ୍ଲକ ତୁରିବୁଡି ପଞ୍ଚାୟତ କନିରିଡା ଗ୍ରାମରେ ଉତ୍ତେଜନା ଦେଖାଦେଇଛି । ବୁଥ୍ ବାହାରେ ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପରେ ପରିସ୍ଥିତି ନିୟନ୍ତ୍ରଣରେ ରହିଥିବା ଜଣାପଡିଛି ।

ସେହିଭଳି ଚିକିଟି କଳବାଡ ପଞ୍ଚାୟତ ନୂଆ ମୈଶାନପୁର ବୁଥ୍ ନମ୍ବର ୧୪୬ରେ ସକାଳ ୫ରେ ମତଦାନ ପୂର୍ବରୁ ଗଣ୍ଡଗୋଳ ହୋଇଥିଲା । ସକାଳ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ବିଜେପି ଏଜେଣ୍ଟକୁ ବୁଥ୍ ଭିତରକୁ ଛାଡି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା l ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତେଜନାକୁ ଆୟତ କରିଥିବା ବେଳେ ବର୍ତ୍ତମାନ ଶାନ୍ତି ଶୃଙ୍ଖଳାରେ ମତଦାନ ଚାଲିଛି ।

ସୂଚନାଯୋଗ୍ୟ ଯେ, ଓଡ଼ିଶାର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ମତଦାନ । କଡ଼ା ସୁରକ୍ଷା ଚାଲିଛି ମତଦାନ । ୪ ଲୋକସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟରେ ଚାଲିଛି ମତଦାନ । 

ବ୍ରହ୍ମପୁର ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡିରେ ହେଉଛି ଭୋଟ୍ ଗ୍ରହଣ । ସେହିପରି କଳାହାଣ୍ଡି ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ହେଉଛି ମତଦାନ । ନବରଙ୍ଗପୁର ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ, ମାଲକାନଗିରି, ଚତ୍ରକୋଣ୍ଡାରେ ମତଦାନ । କୋରାପୁଟ ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ ଚାଲିଛି ମତଦାନ ।

You Can Read :

ପରକୀୟା ପ୍ରୀତି ହେଲା କାଳ: ଭାଉଜ ସହ ମିଶି ସ୍ତ୍ରୀର ତଣ୍ଟି ଚିପିଥିଲା ସ୍ବାମୀ, ୨ହତ୍ୟାକାରୀ ଗିରଫ

 


 

 

  • odisha
  • OdishaNews
  • Lok Sabha Election 2024
  • Elections 2024
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.