ଶ୍ରୀଜୀଉଙ୍କ ବନକଲାଗି ନୀତି, ଶ୍ରୀବିଗ୍ରହମାନଙ୍କର ହେବ ଶ୍ରୀମୁଖ ଶୃଙ୍ଗାର

NEWS7
terms-and-condition-to-be-followed-before-and-after-making-tattoo

ପୁରୀ ୨୮/୦୧: ବୁଧବାର ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କ ବନକଲାଗି ନୀତି ଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାଘ ଶୁକ୍ଳ ଦଶମୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଏହି ନୀତି। ବନକଲାଗି ନୀତି ପାଇଁ ଚାରି ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

ଶ୍ରୀମନ୍ଦିରରେ ଆସନ୍ତାକାଲି (ବୁଧବାର) ମହାପ୍ରଭୁଙ୍କ ସ୍ୱତନ୍ତ୍ର 'ବନକଲାଗି' ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ହେଉଛି ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ସେବା। ଦତ୍ତମହାପାତ୍ର ସେବକମାନେ ପାରମ୍ପରିକ ପ୍ରାକୃତିକ ରଙ୍ଗ ଯଥା - ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ବ୍ୟବହାର କରି ମହାପ୍ରଭୁଙ୍କ ଶ୍ରୀମୁଖକୁ ଉଜ୍ଜ୍ୱଳ କରିଥାନ୍ତି। ଏହାଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ପୁଣି ଥରେ ନୂତନ ରୂପ ପାଏ।