Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଆତଙ୍କବାଦୀ କ୍ୟାମ୍ପ୍ ଧ୍ୱଂସ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

31/03/2020 at 4:39 PM

ଶ୍ରୀନଗର, ୩୧|୦୩:  ଜମ୍ମୁ-କାଶ୍ମୀରର କୁପଓ୍ୱାଡା ଜିଲ୍ଲାରେ ସୁରକ୍ଷାକର୍ମୀମାନେ ଏକ ଆତଙ୍କବାଦୀ କ୍ୟାମ୍ପକୁ ଧ୍ୱଂସ କରିଦେଇଛନ୍ତି । ଏହି କ୍ୟାମ୍ପରୁ ବିପୁଳ ମାତ୍ରାରେ ଗୁଳିଗୋଳା ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଏହାସହ ଅନେକ ଆପତ୍ତିଜନକ ସାମଗ୍ରୀ ମଧ୍ୟ ଜବତ ହୋଇଛି ।

ସେନାର ସୂଚନାନୁସାରେ, ଜିଲ୍ଲାର କେରନ ଅଞ୍ଚଳରେ ଆତଙ୍କବାଦୀମାନେ କ୍ୟାମ୍ପ କରିଥିବା ଗୁଇନ୍ଦା ରିପୋର୍ଟ ମିଳିଥିଲା । ଏହାପରେ ସୁରକ୍ଷାକର୍ମୀମାନେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । ସେହି ଅଞ୍ଚଳରେ ଥିବା ଆତଙ୍କବାଦୀ କ୍ୟାମ୍ପକୁ ସୁରକ୍ଷାକର୍ମୀମାନେ ଗ୍ରେନେଡ ମାଡ କରି ଧ୍ୱଂସ କରିଦେଇଥିଲେ । ତେବେ ସୁଯୋଗ ଦେଖି ଆତଙ୍କବାଦୀମାନେ ଖସିଯିବାରେ ସଫଳ ହୋଇଥିଲେ ।

ଏହି ଆତଙ୍କବାଦୀ କ୍ୟାମ୍ପରୁ ଗୋଟିଏ ଏକେ-୪୭ ରାଇଫଲ, ଏକେ-୫୬ ରାଇଫଲ, ୬ଟି ମାଗାଜିନ, ଗୋଟିଏ ପିସ୍ତଲ ଓ ଅନେକ ମାତ୍ରାରେ ଜୀବନ୍ତ ଗୁଳି ଜବତ ହୋଇଛି । ଏହାସହ ଅନେକ ଆପତ୍ତିଜନକ ସାମଗ୍ରୀ ମଧ୍ୟ ଉଦ୍ଧାର କରାଯାଇଛି ।

   Related Posts