Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ପୁଲଓ୍ୱାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ୨ ଆତଙ୍କୀ ନିହତ

20/10/2020 at 4:34 PM

ଶ୍ରୀନଗର, ୨୦୧୦ଆତଙ୍କବାଦୀଙ୍କ ବିରୋଧରେ ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନ ଜାରି ରହିଛି । ଜମ୍ମୁ-କାଶ୍ମୀରରୁ ଆତଙ୍କବାଦୀଙ୍କ ମୂଳୋତ୍ପାଟନ ପାଇଁ ସେନା ଅଭିଯାନ ଆରମ୍ଭ କରିଛି । ଏହି ଅଭିଯାନରେ ସେନାର ଅପରେସନରେ ମଙ୍ଗଳବାର ୨ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି ।

ସୂଚନାନୁସାରେ, ପୁଲଓ୍ୱାମାର ହାକରୀପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ପୋଲିସକୁ ସୂଚନା ମିଳିଥିଲା । ସୂଚନା ପାଇବା ପରେ ସିଆରପିଏଫ, ସେନା, ପୋଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ଏହାପରେ ହାକରୀପୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ପ୍ରଥମେ ଗୁଳିମାଡ କରିଥିଲେ । ଏହାର ପାଲଟା ଯବାବ ଦେଇଥିଲେ ଯବାନ । ଫଳରେ ଆତଙ୍କବାଦୀମାନେ ଛତ୍ରଭଙ୍ଗ ଦେବାକୁ ବାଧ୍ୟ ହୋଇଥିଲେ ।

ଏହି ଅପରେସନରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ । ସୂଚନାଯୋଗ୍ୟ, ଶନିବାର ମଧ୍ୟ ପୁଲଓ୍ୱାମାରେ ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ସେହିପରି ସୋପିଆନରେ ମଧ୍ୟ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

   Related Posts