Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||

ସଙ୍ଘବଦ୍ଧ ଆକ୍ରମଣରେ ଯୁବକ ମୃତ : ଅଭିଯୁକ୍ତକୁ ଗିରଫ ଦାବିରେ ମୃତଦେହ ରଖି ଥାନା ଆଗରେ ଧାରଣା

8/04/2021 at 8:54 AM

ଚଣ୍ଡିଖୋଲ, ୦୮।୦୪: ସାମାନ୍ୟ ବଚସାରୁ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ । ଏପରି ଏକ ଅଘଟଣ ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଥାନୁଆଳ ପଞ୍ଚାୟତ ମୁରାରିପୁର ମୁଣ୍ଡାସାହି ଗ୍ରାମରେ । ତେବେ ସୋମବାର ରାତିରେ ଘଟିଥିବା ଏହି ଘଟଣାରେ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବା ପାଇଁ ଥାନା ଆଗରେ ଧାରଣା ଦିଆଯାଇଛି ।

ସୂଚନାନୁସାରେ, ସଙ୍ଘବଦ୍ଧ ଆକ୍ରମଣରେ ବବଲୁ ପାତ୍ର ଗୁରତର ହୋଇଥିଲେ । ଏନେଇ ମଙ୍ଗଳବାର ରାତିରେ ତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା । ବବଲୁ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତିହୋଇଥିଲେ । କିନ୍ତୁ ବୁଧବାର ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।

ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକକୁ ହସ୍ତାନ୍ତରିତ କରାଯାଇଥିଲା । ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅନ୍ୟପକ୍ଷେ ପରିବାର ଲୋକେ ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି । ଏହାସହ କ୍ଷତି ପୂରଣ ଦାବିକରି ମୃତଦେହକୁ ଥାନା ଆଗରେ ରଖି ଧାରଣା ଦେଇଛନ୍ତି ।

   Related Posts