Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ସମ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କଲେ ୯୮ ବର୍ଷିୟା ବୃଦ୍ଧା

13/05/2021 at 5:30 PM

ଭୁବନେଶ୍ୱର ୧୩/୦୫ : କୋଭିଡ୍‌-୧୯ର ଦ୍ୱିତୀୟ ଲହରୀକୁ ନେଇ ସାରା ଭାରତବାସୀ ଏବେ ଭୟଭିତ । ଲକ୍‌ଡାଉନ ଓ ସଟ୍‌ଡାଉନ୍ ଭିତରେ ସମସ୍ତେ ଏବେ ଗୃହବନ୍ଦୀ ।  କିଏ ପୁଣି କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।  ତେବେ ଏ ସମସ୍ତ ଭୟ ଓ ଆଶଙ୍କା ଓ ସଂକ୍ରମଣ ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଆସିଛି ଏକ ଖୁସିର ଖବର । ଭୁବନେଶ୍ୱର ସ୍ଥିତ ଏହି ହସ୍ପିଟାଲ୍‌ରେ କରୋନାକୁ ପରାସ୍ତ କରିଛନ୍ତି ୯୮ ବର୍ଷିୟା ଜଣେ ବୃଦ୍ଧା ।

ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଂଚଳର ଅନ୍ନପୂର୍ଣ୍ଣା  ବିଶ୍ୱାଳ ନାମକ ଏହି ବରିଷ୍ଠ ନାଗରିକ ଜଣକ ଗତ ମେ ୫ ତାରିଖରେ କରୋନା ସଂକ୍ରମିତ ହୋଇଥିଲେ । ବୟାସାଧିକ ଜନିତ ଅନେକ ବ୍ୟାଧି ଯେପରିକି ଫାଇଲେରିଆ, ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ସେ ପୀଡିତ ଥିବାବେଳେ କରୋନା ସଂକ୍ରମିତ ହେବାପରେ ସେ ଅସୁସ୍ଥ ହୋଇପଡ଼ିଥିଲେ । ତୁରନ୍ତ ତାଙ୍କ ପରିବାର ଲୋକେ ତାଙ୍କୁ ସମ୍ କୋଭିଡ୍‌ରେ ଭର୍ତି କରାଇଥିଲେ । ତେବେ  ସମ୍ କୋଭିଡ୍ ହସ୍ପିଟାଲ୍‌ର ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମୀ ଓ କର୍ମକର୍ତାଙ୍କ ଆପ୍ରାଣ ଉଦ୍ୟମ, ସେବା, ଯତ୍ନ ଓ ଚିକିତ୍ସା ଫଳରେ ଅନ୍ନପୂର୍ଣ୍ଣା ସୁସ୍ଥ ହୋଇ ଘରକୁ ଫେରିଥିବାର ତାଙ୍କ ପୁଅ କୂଳମଣି ବିଶ୍ୱାଳ କହିଛନ୍ତି ।

ଜେଜେମା ଘରକୁ ଫେରିବା ପରେ ଖୁସିରେ ଆତ୍ମହରା ହୋଇ ଉଠିଛନ୍ତି ନାତି ରାକେଶ ବିଶ୍ୱାଳ ଓ ନାତୁଣୀ ବୋହୁ ରାଜଶ୍ରୀ ବିଶ୍ୱାଳ । କରୋନା ହେବା ପରେ ଜେଜେମା  ଆଉ ଘରକୁ ଫେରିବେ ବୋଲି ଆମେ ବିଶ୍ୱାସ କରିନଥିଲୁ କିନ୍ତୁ ସେ ସୁସ୍ଥ ହୋଇ ଫେରିବା ପରେ ଖୁସିରେ ଆତ୍ମହରା ହୋଇ ଉଠିଛୁ ବୋଲି ନାତି ରାକେଶ ।

ସେହିପରି ହସ୍ପିଟାଲର ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ ଓ କାର୍ଯ୍ୟକର୍ତାଙ୍କ ସମେତ ରୋଗୀଙ୍କ ସମ୍ପର୍କୀୟଙ୍କୁ ସମ୍ପୂର୍ଣ୍ଣ ସୂଚନା ଦେଉଥିବା ହେଲ୍ପଲାଇନ କାର୍ଯ୍ୟକର୍ତାଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ନାତୁଣୀ ବୋହୁ ରାଜଶ୍ରୀ ବିଶ୍ୱାଳ । ଜେଜେମାଙ୍କର ଖୁବ୍ ସେବା କରାଯାଇଛି ଏବଂ ହେଲ୍ପଲାଇନ ପକ୍ଷରୁ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ପରିବାରକୁ ଦିଆଯିବା ସହ ଅନେକ ସହଯୋଗ କରାଯାଉଥିବା ପ୍ରଶଂସା କରିଛନ୍ତି ରାଜଶ୍ରୀ ।

   Related Posts