Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

୫୬ ତମ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ କଲା ଭଦ୍ରକ ଜିଲ୍ଲା ପ୍ରଶାସନ

15/04/2020 at 7:45 PM

ଭଦ୍ରକ୧୫/୪: ୫୬ ତମ  କୋଭିଡ-୧୯ ପଜିଟିଭ୍ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଠାବ କଲା ଭଦ୍ରକ ଜିଲ୍ଲା ପ୍ରଶାସନ। ଏମାନଙ୍କୁ କ୍ବାରେନଣ୍ଟାଇନ୍‌ ରଖାଯାଇଛି।  ଏ ସଂପର୍କରେ ଭଦ୍ରକ ଜିଲ୍ଲାପାଳ ଟ୍ବିଟ ମାଧ୍ୟମରେ ସୂଚନା ଦେଇଛନ୍ତି। ଭଦ୍ରକ ଡିଏମ୍‌, ଏସ୍‌ପି, ସିଡିଏମ୍‌ଓ ଏବଂ ଏନ୍‌ଏଚ୍‌ଏମ୍‌ଙ୍କୁ ଟ୍ୟାଗ କରି ଭଦ୍ରକ ଜିଲ୍ଲାପାଳ ଟ୍ବିଟ କରିଛନ୍ତି।

ରାଜ୍ୟର ୫୬ ନମ୍ବର କରୋନା ପଜିଟିଭ୍‌ ଜଣଙ୍କ ଯାଜପୁରରୁ ବୋଲି ଜଣାପଡିଥିଲା । ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ । ଆକ୍ରାନ୍ତ ଜଣକ ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନ ତ୍ରିଲୋଚନପୁର ଗାଁର ବୋଲି ଜଣାପଡିଥିଲା । ତାଙ୍କ ବୟସ ୬୬ ବର୍ଷ ।

ଗତ ମାର୍ଚ୍ଚ ୨୮ରେ ସେ କୋଲକାତାରୁ ଏକ ପରିବା ଗାଡିରେ ଫେରିଥିଲେ । ଏହା ଜଣାପଡିବା ପରେ ଗତ ୧୦ ତାରିଖରେ ତାଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଥିଲା । ତେବେ ଗତକାଲି ତାଙ୍କର ସ୍ବାବ୍ ଟେଷ୍ଟ ପାଇଁ ଯାଇଥିବା ବେଳେ କୋଭିଡ୍-୧୯ ପଜିଟିଭ୍ ଆସିଥିଲା । ବର୍ତ୍ତମାନ ତାଙ୍କୁ ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ କଣ୍ଟାକ୍ଟ ଟ୍ରେସିଂ ପରେ ସେହି ଗାଡିରେ ୭ ରୁ ୮ ଜଣ ଥିବା ଜଣାପଡିଥିଲା ।ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ୫୬ ନମ୍ବର ଆକ୍ରାନ୍ତ ଚିହ୍ନଟ ପରେ ସାନ ତ୍ରିଲୋଚନପୁର ଗାଁ ଏବଂ ଏହାର ନିକଟବର୍ତ୍ତୀ ସଇପୁର-୩ କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା ।

   Related Posts