Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାସ୍ତା କଡରେ ଥିବା ରୋଲେରକୁ ଧକ୍କା ଦେଲା ବାଇକ୍, ଦୁଇ ଗୁରୁତର

21/11/2020 at 9:18 PM

ସାନଖେମୁଣ୍ଡି ୨୧।୧୧: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଡ଼େଙ୍ଗାଉସ୍ତା ଠାରୁ ଛଣମେରି ଗ୍ରାମ ମେନ୍ ରୋଡ଼ ହାଇସ୍କୁଲ ନିକଟରେ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଥିବା ପିଚୁ ରୋଲରକୁ ଧକ୍କା ଦେଲା ବାଇକ। ଫଳରେ ଦୁର୍ଘଟଣାରେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଦ୍ରୁତ ଗତିରେ ଆସୁଥିବା ଏକ ଟିଭିଏସ ଅପାଚି ଗାଡି ନମ୍ବର OD07 T 7308 ରାସ୍ତା କଡରେ ଥିବା ଏକ ପିଚୁ ରୋଲରକୁ ଧକ୍କା ଦେଇଥିଲା। ଯାହା ଫଳରେ ଉଭୟେ ବାଇକ ଚାଳକ ଓ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ପ୍ରଥମେ  ଦିଗପହଣ୍ଡି ଥାନା ଓ ୧୦୮ଆମ୍ବୁଲାନ୍ସ ଖବର ଦେବା ପରେ ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।। ଗୁରୁତର ଆହତ ମାନେ ହେଲେ ଖମ୍ବାରିଗାଁ ପଞ୍ଚାୟତ  ଗଡ଼ ସାମନ୍ତରାପୁର ଗାଁର  କାଳିଆ ଗୌଡ଼,ବୁଲୁ ସେଠୀ।

   Related Posts